Posted inଜାତୀୟ

ପାର୍ଲାମେଣ୍ଟରେ ମହାରାଷ୍ଟ୍ର ତାତି: ହଟ୍ଟଗୋଳ ଯୋଗୁ ଉଭୟ ଗୃହ ମୁଲତବୀ

ନୂଆଦିଲ୍ଲୀ,୨୬ା୧୧(ପି.ଟି.): ମହାରାଷ୍ଟ୍ର ରାଜନୀତିକୁ ନେଇ ସୋମବାର ପାର୍ଲାମେଣ୍ଟରେ ଜୋରଦାର ହଟ୍ଟଗୋଳ ହେବା ପରେ ଉଭୟ ଗୃହକୁ ଦିନକ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଲୋକ ସଭାରେ କଂଗ୍ରେସ ପକ୍ଷରୁ ମହାରାଷ୍ଟ୍ର ଘଟଣାର ପ୍ରତିବାଦ କରାଯାଇଥିଲା। କଂଗ୍ରେସ ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଚାଲିଆସି ବ୍ୟାନର ଓ ପ୍ଲାକାର୍ଡ ଦେଖାଇ ଭାଜପା ନେତୃତ୍ୱାଧୀନ ସରକାର ବିରୋଧରେ ନାରାବାଜି ଦେଇଥିଲେ। ଫଳରେ ବାଚସ୍ପତି ଓମ୍‌ ବିର୍ଲା ପ୍ରଥମେ ମଧ୍ୟାହ୍ନ ପର୍ଯ୍ୟନ୍ତ, ପରେ ଅପରାହ୍ନ ୨ଟା ଏବଂ ଶେଷରେ ଦିନକ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ସେହିପରି ରାଜ୍ୟ ସଭାରେ କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳଗୁଡ଼ିକ ମହାରାଷ୍ଟ୍ର ପ୍ରସଙ୍ଗକୁ ନେଇ ହୋ-ହଲ୍ଲା କରିଥିଲେ। ମହାରାଷ୍ଟ୍ର ପ୍ରସଙ୍ଗରେ ଆଲୋଚନା ପାଇଁ ସେମାନେ ଅଡି ବସିଥିଲେ। ମାମଲା ସୁପ୍ରିମକୋର୍ଟରେ ବିଚାରାଧୀନ ଥିବାରୁ ଏହା ଉପରେ ଆଲୋଚନା କରାଯାଇପାରିବ ନାହିଁ ବୋଲି ଉପାଧ୍ୟକ୍ଷ ହରିବଂଶ କହିଥିଲେ। ଆଲୋଚନା ଦାବିରେ ବିରୋଧୀ ଗୃହକାର୍ଯ୍ୟ ଚଳାଇ ଦେଇ ନ ଥିଲେ। ଶେଷରେ ଗୃହକୁ ଦିନକ ପାଇଁ ମୁତଲବୀ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?