Posted inଜାତୀୟ

ପାର୍ଲାମେଣ୍ଟ ସରଗରମ: ବିରୋଧୀଙ୍କ କକ୍ଷତ୍ୟାଗ

ନୂଆଦିଲ୍ଲୀ,୧୧ା୭(ପି.ଟି.): କର୍ନାଟକର ରାଜନୈତିକ ଘଟଣାକ୍ରମକୁ ନେଇ କ୍ରମାଗତ ତୃତୀୟ ଦିନ ଧରି ପାର୍ଲାମେଣ୍ଟର ଉଭୟ ଗୃହ ସରଗରମ ହୋଇଛି। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଶୂନ୍ୟକାଳରେ କହିଥିଲେ, କର୍ନାଟକରେ ଗଣତନ୍ତ୍ରକୁ ହତ୍ୟା କରାଯାଉଛି। ଏହାସହ ସରକାରର ପତନ ପାଇଁ ଷଡ଼ଯନ୍ତ୍ର ରଚାଯାଉଛି ବୋଲି ଅଭିଯୋଗ ଆଣିଥିଲେ। ବାଚସ୍ପତି ଓମ୍‌ ବିର୍ଲା ଏହି ପ୍ରସଙ୍ଗ ଉଠାଇବାକୁ ତାଙ୍କୁ ଅନୁମତି ନ ଦେବାରୁ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଯାଇ ସ୍ଲୋଗାନ ଦେଇଥିଲେ। ପରେ ସେମାନେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ଭାଙ୍ଗିବା ପାଇଁ ଭାଜପା ଉଦ୍ୟମ ଚଳାଇଛି ବୋଲି ଅଭିଯୋଗ ଆଣି କକ୍ଷତ୍ୟାଗ କରିଥିଲେ। ଟିଏମ୍‌ସି, ଡିଏମ୍‌କେ ଏବଂ ଏନ୍‌ସିପି ସଦସ୍ୟମାନେ ମଧ୍ୟ କଂଗ୍ରେସ ସପକ୍ଷରେ ବାହାରି କକ୍ଷତ୍ୟାଗ କରିଥିଲେ। ମୁମ୍ବାଇର ହୋଟେଲରେ ଥିବା ବିଧାୟକମାନେ ସେମାନଙ୍କ ଜୀବନ ପ୍ରତି ବିପଦ ଥିବା ଆଶଙ୍କା କରି ପୋଲିସକୁ ସୁରକ୍ଷା ମାଗିବା ପରେ ସେଠାରୁ କର୍ନାଟକ ମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ହଟାଯାଇଛି ବୋଲି ଗୃହରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ସୂଚନା ଦେଇଥିଲେ।
ଏହି ପ୍ରସଙ୍ଗରେ ରାଜ୍ୟ ସଭାରେ ମଧ୍ୟ ଅନୁରୂପ ସ୍ଥିତି ଦେଖିବାକୁ ମିଳିଥିଲା। ଉଚ୍ଚ ସଦନରେ ବଜେଟ ନେଇ ବିତର୍କ ଚାଲିଥିବାବେଳେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ୩ ଥର ଗୃହକାର୍ଯ୍ୟ ସ୍ଥଗିତ ରଖାଯାଇଥିଲା। କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଯାଇ ‘ଗଣତନ୍ତ୍ରକୁ ହତ୍ୟା ବନ୍ଦ କର’ ଓ ‘ପ୍ରଧାନମନ୍ତ୍ରୀ ଜବାବ ଦିଅ’ ବୋଲି ସ୍ଲୋଗାନ ଦେଇଥିଲେ। ଶେଷରେ ଗୃହକୁ ଦିନକ ପାଇଁ ମୁଲତବୀ ରଖାଯାଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି, କର୍ନାଟକରେ କଂଗ୍ରେସ ତା’ର ଆଭ୍ୟନ୍ତରୀଣ ସମସ୍ୟାର ସମାଧାନ କରି ନ ପାରି ରାଜ୍ୟ ସଭାକୁ ଚଳାଇ ଦେଉନାହିଁ। ସେହିପରି କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡ଼ା କହିଛନ୍ତି, ରାଜ୍ୟପାଳଙ୍କ କୌଣସି ସାମ୍ବିଧାନିକ ନିର୍ଦ୍ଦେଶକୁ ଭାଜପା ମାନିନେବ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି)...

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ...

କୋର୍ଟରୁ କେଜ୍‌ରିଓ୍ବାଲ୍‌ଙ୍କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୨୨ା୪: କୋର୍ଟରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଡାଇବେଟିସ୍‌ ସମ୍ବନ୍ଧରେ ତାଙ୍କ ବ୍ୟକ୍ତିଗତ ଡାକ୍ତରଙ୍କ ସହ ନିୟମିତ ପରାମର୍ଶ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri