ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା

ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ପାଠ ପଢିବା ସହ କଠିନ ପରିଶ୍ରମ କରି ନିଜ ଚାଷଜମିରେ କରିଛନ୍ତି ଏହି ଚାଷ। ଯାହା ଅନ୍ୟମାନଙ୍କ ପାଇଁ ଏବେ ପାଲଟିଛି ଉଦାହରଣ। ମାଆବାପା ଭଉଣୀଭାଇଙ୍କୁ ନେଇ ତାଙ୍କ ପରିବାର। ତାଙ୍କ ଗ୍ରାମରେ ବସବାସ କରନ୍ତି ମାତ୍ର ୧୨ଟି ପରିବାର। ଗ୍ରାମରେ ଅଙ୍ଗନଓ୍ବାଡି କେନ୍ଦ୍ର କି ବିଦ୍ୟାଳୟ କିଛି ନାହିଁ। ତେବେ ନିଜ ଅଧ୍ୟବସାୟ ଓ ଆଗ୍ରହ ଯୋଗୁ ବିଦ୍ୟାଳୟ ଅଧ୍ୟୟନ ସାରି ଏବେ ମାଥିଲି ଆଇଟିଆଇରେ ପାଠ ପଢୁଛନ୍ତି। ପଢାସହ ନିଜ ଘର ପଛ କିଆରିରେ କଦଳୀ ଚାଷ କରିଛନ୍ତି ପାଲସୁ। ସାଇକେଲରେ କଦଳୀ ବଜାରକୁ ନେଇ ବିକ୍ରି କରନ୍ତି। ଏଥିରୁ ସେ ନିଜର ପଢା ଖର୍ଚ୍ଚ ଉଠାଇବା ସହ ପରିବାର ଚଳାଇବାରେ ସହାୟତା କରିଥାନ୍ତି। ଆଜି ନିଜେ କଷ୍ଟ ପଡି ମୁଣ୍ଡର ଝାଳ ତୁଣ୍ଡରେ ମାରି ସେ ନିଜ ଗୋଡରେ ଛିଡା ହୋଇ ସମାଜରେ ଜଣେ ସଫଳ ଚାଷୀ ରୂପେ ପରିଗଣିତ ହୋଇପାରିଛନ୍ତି। ଏହି ଚାଷ ପାଇଁ ପାଲସୁ କୌଣସି ସରକାରୀ ସହାୟତା ପାଇନାହାନ୍ତି। ଏପରିକି ଉଦ୍ୟାନ ବିଭାଗର ପରାମର୍ଶ ମଧ୍ୟ ତାଙ୍କୁ ମିଳିପାରିନି। ତାଙ୍କ ଗ୍ରାମକୁ କେବେ ବିଭାଗୀୟ ଅଧିକାରୀ ଆସନ୍ତି ନାହିଁ। ଏନେଇ ଜିଲା ଉଦ୍ୟାନ କୃଷି ଅଧିକାରୀଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଏହି ଗ୍ରାମ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ସେ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୩ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri