ଖଇରା, ୫।୩(ଡି.ଏନ.ଏ.)-ଗୁରୁବାର ଖଇରା ବ୍ଲକ ପରିସରରେ ବିଜୁ ପଟ୍ଟନାୟକ ଜୟନ୍ତୀ ଓ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ପାଲା ପରିବେଷଣ କରାଯାଇଥିଲା। ଯୁବ ପାଲାଗାୟକ ଛାୟାକାନ୍ତ ମହାନ୍ତି ଓ ସାଥୀ ଏହି ପାଲା ପରିବେଷଣ କରି କଳିଙ୍ଗ ବୀର ବିଜୁ ପଟ୍ଟନାୟକ, ତାଙ୍କ ପୁଅ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୨୦ବର୍ଷ ଶାସନକାଳ ମଧ୍ୟରେ ବିଜୁ ପକ୍କାଘର, ମଧୁବାବୁ ପେନସନ, ବସୁଧା, ହରିଶ୍ଚନ୍ଦ୍ର, ମମତା, ମୁଖ୍ୟମନ୍ତ୍ରୀ ସଡକ, କଳାକାର ଭତ୍ତା, କାଳିଆ ଭଳି ବହୁମୁଖୀ ଯୋଜନା ଏବଂ ପଞ୍ଚାୟତିରାଜ ଦିବସ ପାଳନର ଆଭିମୁଖ୍ୟ ବର୍ଣ୍ଣନା କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ପାଲା ପରିବେଷଣ ମାଧ୍ୟମରେ ବିଭିନ୍ନ ପ୍ରସଙ୍ଗକୁ ଉପସ୍ଥିତ ଦର୍ଶକମାନେ ମନଭରି ଶୁଣିଥିଲେ। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କ ପୌରୋହିତ୍ୟରେ ଆୟୋଜିତ ଉତ୍ସବରେ ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା ସାହୁ, ଉପାଧକ୍ଷ ଜୟନ୍ତ କୁମାର ରାଉତ, ସିଡିପିଓ ନର୍ମଦା ଦେଓ, ଓଡିଶା ଜିବିକା ମିଶନର ବ୍ଲକ ପରିଚାଳିକା ଶୋଭନା ଦାସ, ମହିଳା ସଂଘର ସଭାପତି ରଶ୍ମିତା ମହାପାତ୍ର, ଜିଲା ପରିଷଦ ସଭ୍ୟା ଜୟନ୍ତୀ ମହଲା ଓ କଳ୍ପନା ନଇକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଛାତ୍ରୀ ବର୍ଷା ପ୍ରିୟଦର୍ଶନୀ ଜେନା ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ ପରିବେଷଣ କରିଥିଲେ। କୃଷି ମିତ୍ର ରମାକାନ୍ତ ଗିରି ସ୍ବଚ୍ଛତା ଉପରେ ଓ କୃଷ୍ଣପ୍ରିୟା ଦାସ ମହିଳା ସଶସ୍ତ୍ରୀକରଣ ଉପରେ ଆଲୋକପାତ କରିଥିଲେ ା
Posted inଆମ ଜିଲା ଖବର, ବାଲେଶ୍ୱର View All
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
Archives

