ପାଳିତା କନ୍ୟାଙ୍କୁ ବଳାତ୍କାରକରି ଗିରଫ

କୁଆଁରମୁଣ୍ଡା,୨୨।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅନ୍ତର୍ଗତ ଝୁନମୁର ପଞ୍ଚାୟତ ଏକ ବସ୍ତିରେ ପାଳିତା ନାବାଳିକା କନ୍ୟାକୁ ବାପା ବଳାତ୍କାର କରିଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ଥାନାଧିକାରୀ ବିଜୟ କୁମାର ସିଂ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ପୀଡିତା ନାବାଳିକାଙ୍କୁ ଉଦ୍ଧାର କରିଛି। ଗୁରୁବାର ଉଭୟଙ୍କର ଡାକ୍ତରୀମାଇନା କରିବା ପରେ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ଏକ ମାମଲା (ନଂ. ୩୩/୨୦) ରୁଜୁ ହୋଇଛି। ଅଭିଯୁକ୍ତ ବାପା ହେଲେ କିଶୋର ମିଞ୍ଜ।
ପ୍ରକାଶ ଯେ, ଶିଶୁ କନ୍ୟାର ବାବା ମରିବା ପରେ ମା’ ଅନ୍ୟତ୍ର ବିବାହ କରିଥିଲେ। ଫଳରେ ମାଉସୀ ଶିଶୁକନ୍ୟାକୁ ନିଜ ପାଖରେ ରଖି ଲାଳନପାଳନ କରିଥିଲେ। ଇତିମଧ୍ୟରେ ଝିଅ ୧୧ ବର୍ଷର ହୋଇଯାଇଛନ୍ତି। ତେବେ ମଉସା ତଥା ପାଳିତ ବାପା ଗତ ଏପ୍ରିଲ୨୫ ତାରିଖରୁ ନାବାଳିକାଙ୍କୁ ଧମକଚମକ ଦେଇ ବଳାତ୍କାର କରି ଆସୁଥିଲେ। ଯନ୍ତ୍ରଣା ସହି ନ ପାଇଁ ନାବାଳିକା ନିଜ ମାଉସୀ ମା’ଙ୍କୁ ଜଣାଇବା ପରେ ଘଟଣା ପଦାକୁ ଆସିଥିଲା। ଘଟଣାଟିକୁ ଚପାଇ ଦେବା ପାଇଁ ନାବାଳିକାକୁ ଧମକ ଦେଇଆସୁଥିଲେ ବୋଲି ତଦନ୍ତ ବେଳେ ପୋଲିସ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri