ପାହାଡ଼ରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଲଖନପୁର,୧୩।୭(ଡି.ଏନ୍‌.ଏ.) – ଝାରସୁଗୁଡ଼ା ରେଙ୍ଗାଲି ଥାନା କଦମ୍ବଘାଟ ପାହାଡ଼ରୁ ଶନିବାର ପୋଲିସ ସନ୍ଦେହଜନକ ଅବସ୍ଥାରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଛାତ୍ର ହେଲେ ବାଉଁସେନ୍‌ପାଲିର ଜ୍ଞାନ କଅଁରଙ୍କ ପୁଅ ସୁକାନ୍ତ (୧୫)। ଜ୍ଞାନଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୧୩/୧୯) ରୁଜୁକରି ତଦନ୍ତ ଚଳାଇଛି। ସୁକାନ୍ତଙ୍କ କାନମୁଣ୍ଡାରୁ ସାମନ୍ୟ ରକ୍ତ ବାହାରୁଥିଲା। ତେବେ ଶରୀରର ଅନ୍ୟ କୌଣସି ସ୍ଥାନରେ କ୍ଷତଚିହ୍ନ ନ ଥିଲା। ମୃତଦେହ ଏକ ପଥର ଚଟାଣ ଉପରେ ପଡ଼ିରହିଥିଲା। ଘଟଣାର ଉପଯୁକ୍ତ ତଦନ୍ତ କରିବାକୁ ଜ୍ଞାନ ଦାବି କରିଛନ୍ତି।
ସୂଚନା ଅନୁଯାୟୀ, ସୁକାନ୍ତ ବାଉଁସେନପାଲି ଗ୍ରାମର କୈଳାସ ସା ଓ ରଣଜିତ କଅଁରଙ୍କ ସହ ଶନିବାର ସକାଳ ୧୦ଟାରେ ଗ୍ରାମ ନିକଟ କଦମ୍ବଘାଟ ପାହାଡ଼କୁ ମୟୂରପୁଛ ଖୋଜିବା ପାଇଁ ଯାଇଥିଲେ। ପାହାଡ଼ ଚଢ଼ିବା ପରେ ୩ଜଣଯାକ ଗୋଟିଏ ସ୍ଥାନରେ ବସି କିଛି ଖାଦ୍ୟ ଖାଇଥିଲେ। ପରେ କୈଳାସ ଓ ରଣଜିତ ଗୋଟିଏ ରାସ୍ତାରେ ବାହାରିଥିଲେ। ସୁକାନ୍ତ ଅନ୍ୟ ରାସ୍ତା ଧରିଥିଲେ। ମୟୂରପୁଛ ଖୋଜିସାରିବା ପରେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ହେବେ ବୋଲି ସେମାନେ କଥା ହୋଇଥିଲେ। ମୟୂରପୁଛ ଖୋଜିସାରିବା ପରେ କୈଳାସ ଓ ରଣଜିତ ଉକ୍ତ ସ୍ଥାନରେ ପହଞ୍ଚିଥିଲେ ମଧ୍ୟ ସୁକାନ୍ତ ଆସି ନ ଥିଲେ। କୈଳାସ ଓ ରଣଜିତ ତାଙ୍କୁ ଦୀର୍ଘ ସମୟ ଅପେକ୍ଷା କରିବା ପରେ ଅପରାହ୍ନ ୨ଟାରେ ଘରକୁ ଫେରିଆସି ସୁକାନ୍ତଙ୍କ ପରିବାର ଲୋକଙ୍କୁ ଏହି ସୂଚନା ଦେଇଥିଲେ। ସୁକାନ୍ତଙ୍କ ବାପା ଜ୍ଞାନ କୈଳାସ ଓ ରଣଜିତଙ୍କୁ ସାଙ୍ଗରେ ଧରି ପୁଅକୁ ଖୋଜିବା ପାଇଁ ପାହାଡ଼କୁ ବାହାରିଥିଲେ। ଏହି ସମୟରେ ସୁକାନ୍ତଙ୍କ ମୃତଦେହ ଏକ ପଥର ଚଟାଣ ଉପରେ ପଡ଼ିଥିବା ସେମାନେ ଦେଖିବାକୁ ପାଇଥିଲେ। ସୂଚନାଯୋଗ୍ୟ, ସୁକାନ୍ତ ଭିକମପାଲି ହାଇସ୍କୁଲରେ ଦଶମ ଶ୍ରେଣୀରେ ପାଠ ପଢୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri