ପାହାଡ଼ରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ପାଲଲହଡ଼ା, ୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଆଲୁରି ପଞ୍ଚାୟତ ବୁରୁବୁରା ଗ୍ରାମର କୁଲାଡେରା ଜଙ୍ଗଲ ନିକଟ ପାହାଡ଼ ଉପରୁ ଶନିବାର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ଖମାର ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ମୁହଁଠାରୁ ଅଣ୍ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଜଳି ଯାଇଥିବାରୁ ତାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ଉପଖଣ୍ଡ ପୋଲିସ ସାଇଣ୍ଟିଫିକ୍‌ ଓ ଡାକ୍ତରୀ ଟିମ୍‌ଙ୍କ ସହ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପୋଲିସ ଦେଇଥିବା ସୂଚନା ମୁତାବକ, ସ୍ଥାନୀୟ ଗ୍ରାମବାସୀ ନିକଟସ୍ଥ ପାହାଡ଼ରେ ଏକ ଗଳିତ ମୃତଦେହ ପଡିଥିବା ଦେଖିଥିଲେ। ଖବରପାଇ ପାଲଲହଡ଼ା ଉପଖଣ୍ଡ ପୋଲିସ ଅଧିକାରୀ ଯଶୋବନ୍ତ ସାମଲ, ଖମାର ଥାନା ଅଧିକାରୀ ନିରୋଦ କୁମାର ଦାସଙ୍କ ନେତୃତ୍ୱରେ ଏଏସ୍‌ଆଇ ଗୌରାଙ୍ଗ ବେହେରା, ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଥିଲେ। ପରେ ମାଜିଷ୍ଟ୍ରେଟ ତଥା ପାଲଲହଡ଼ା ଅତିରିକ୍ତ ତହସିଲଦାର ସୁମନ ମିଞ୍ଜ ଏବଂ ଏକ ଡାକ୍ତରୀ ଦଳ ସେଠାକୁ ଯାଇଥିଲେ। ମୃତଦେହ ଗଳିତ ଅବସ୍ଥାରେ ଥିବାରୁ ସେହିଠାରେ ହିଁ ବ୍ୟବଚ୍ଛେଦ କରାଯାଇଥିଲା। ପ୍ରାୟ ୮ରୁ ୧୦ ଦିନ ପୂର୍ବରୁ ମହିଳାଙ୍କ ମୃତ୍ୟୁ ଘଟିଥିବା ବ୍ୟବଚ୍ଛେଦ ବେଳେ ଡାକ୍ତରୀ ଟିମ୍‌ ଜାଣିବାକୁ ପାଇଥିଲେ। ଅନ୍ୟପକ୍ଷରେ ବିଭିନ୍ନ ସ୍ଥାନରେ ରକ୍ତଛିଟା ପଡିଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପ୍ରାଥମିକ ତଦନ୍ତରୁ ପୋଲିସ ଜାଣିବାକୁ ପାଇଛି। ଏ ସଂକ୍ରାନ୍ତରେ ନଂ. ୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆଧାରରେ ତଦନ୍ତ ଆଗେଇବ ବୋଲି ଖମାର ଥାନା ଅଧିକାରୀ ଦାସ କହିଛନ୍ତି। ପ୍ରାୟ ସପ୍ତାହେ ତଳେ ଏକ କାର୍‌ ଜଙ୍ଗଲ ନିକଟରେ ଥିବାବେଳେ ୨ ଜଣ ଯୁବକ ଓ ଜଣେ ମହିଳା ସେହି ପାହାଡ଼ ଉପରକୁ ଯାଉଥିବା ପୋଲିସ ସ୍ଥାନୀୟ ଲୋକଙ୍କଠାରୁ ଜାଣିବାକୁ ପାଇଛି। କେହି ହତ୍ୟାକାଣ୍ଡ ପରେ ପରିଚୟ ନଷ୍ଟ ପାଇଁ ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସାଧାରଣରେ ଚର୍ଚ୍ଚା ହେଉଛି। ତଦନ୍ତ ପରେ ଘଟଣା ସମ୍ପର୍କରେ ଜଣାପଡିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri