ପାହାଡ଼ ବ୍ଲାଷ୍ଟିଂ ବିସ୍ଫୋରକ ସାମଗ୍ରୀ ଜବତ, ୪ ଗିରଫ

ବୁଗୁଡ଼ା,୩୧।୭(ଡି.ଏନ.ଏ.)-ବୁଗୁଡ଼ା ଥାନା ଚଢ଼ିଆପଲ୍ଲୀ ଛକ ଏବଂ ସ୍ଥାନୀୟ ଶକ୍ତିନଗରର ଏକ ଗୋଦାମ ଉପରେ ପୋଲିସ ଚଢ଼ାଉ କରି ବିସ୍ଫୋରକ ସାମଗ୍ରୀ ଜବତ ସହ ବୁଧବାର ୪ ଜଣଙ୍କୁ କୋର୍ଟଚାଲାଣ କରିଛି। ସେମାନେ ହେଲେ ବୁଗୁଡ଼ା ଶକ୍ତିନଗରର ସୁଶାନ୍ତ କୁମାର ସାହୁ (ପାଣୁ), ଗୋଲିଆର ପଞ୍ଚୁ ଡ଼ାକୁଆ, ବେତାରସିଙ୍ଗିର ରଞ୍ଜିତ କୁମାର ଭୂୟାଁ ଓ ମହୁଲପଲ୍ଲୀର ପ୍ରକାଶ ଚନ୍ଦ୍ର ଗୌଡ଼। ଏନେଇ ବୁଗୁଡ଼ା ଥାନାରେ ନଂ. ୧୫୦/୧୯ରେ ମାମଲା ରୁଜୁ ହୋଇଛି।
ପ୍ରକାଶ ଯେ, ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୭ଟାରେ ପଞ୍ଚୁ ଓ ରଞ୍ଜିତ ବାଇକ୍‌ରେ ବିସ୍ଫୋରକ ସାମଗ୍ରୀ ଧରି ଯାଉଥିବା ଖବର ପାଇ ଆଇଆଇସି ସୀତାଂଶୁ ଶେଖର ମାନ୍ଧାତାଙ୍କ ନେତୃତ୍ୱରେ ବୁଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସେମାନଙ୍କୁ ଗିରଫ କରି ତାଙ୍କ ଠାରୁ ୭୫ଟି ଡେଟୋନେଟର ସହ ବାଇକ୍‌ ଜବତ କରିଥିଲେ। ପରେ ସେମାନଙ୍କୁ ପଚରାଉଚରା କରି ରାତି ପ୍ରାୟ ୯ଟାରେ ଶକ୍ତିନଗରରେ ଥିବା ପାଣୁଙ୍କ ଗୋଦାମରେ ପୋଲିସ ଚଢ଼ାଉ କରି ଅବଶିଷ୍ଟ ୫୨୩ ଡେଟୋନେଟର, ୭୦ କେଜି ଆମୋନିୟମ ନାଇଟ୍ରେଟ, ଏକ ବିସ୍ଫୋରକ ବ୍ୟାଟେରି, ୫ ବଣ୍ଡଲ ତାର, କଟର ଆଦି ଜବତ କରିଥିଲା। ଏହି କାରବାରରେ ପାଣୁଙ୍କୁ ମୁଖ୍ୟ କୁହାଯାଉଥିବା ବେଳେ ମହୁଲପଲ୍ଲୀର ପ୍ରକାଶ ଗୁମାସ୍ତା ଭାବେ କାମ କରି ବିଭିନ୍ନ ଖଣି ମାଫିଆମାନଙ୍କୁ ଏହି ସାମଗ୍ରୀ ଯୋଗାଉଥିଲେ। ଆସିକା ଅଞ୍ଚଳର ଗୋଟିଏ ବିଦ୍ୟାଳୟ ନିକଟରେ ବିସ୍ଫୋରଣ ଦ୍ୱାରା ୨ ଛାତ୍ର ଆହତ ହୋଇଥିବାରୁ ଗଞ୍ଜାମ ଜିଲାପାଳ ଏହାକୁ ଗୁରୁତ୍ୱ ଦେଇ ପ୍ରତ୍ୟେକ ଥାନା ଓ ତହସିଲକୁ ଚଢ଼ାଉ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ। ତେଣୁ ବୁଗୁଡ଼ା ପୋଲିସ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏଣୁ ପ୍ରତ୍ୟେକ ପଥର ପାହାଡ଼ ଉପରେ ଚଢ଼ାଉ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ

ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri