ପିଆଇସିଟିରେ ଅଘଟଣ : ଶ୍ରମିକ ଆହତ, ପ୍ରତିବାଦରେ ବିକ୍ଷୋଭ

ପାରାଦୀପ,୧୮।୭(ସ୍ବ.ପ୍ର.) : ପାରାଦୀପ ବନ୍ଦରରେ ୩୦ ବର୍ଷ ପାଇଁ କାମ ପାଇଥିବା ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ)ରେ ଗୁରୁବାର ସକାଳେ ଏକ ଅଘଟଣ ଘଟିଛି। ବ୍ୟାଗିଂ ସାଇଟ୍‌ରେ ଜଣେ ଶ୍ରମିକ ସାର ଅନ୍‌ଲୋଡ୍‌ କରୁଥିବାବେଳେ କନ୍‌ଭେୟର ବେଲ୍ଟରେ ତାଙ୍କ ହାତ ପଶି ଯାଇଥିଲା। ଫଳରେ ପାପୁଲିଠାରୁ କହୁଣୀ ପର୍ଯ୍ୟନ୍ତ ଚାପି ହୋଇଯାଇଥିଲା। ଆହତ ଶ୍ରମିକ ହେଲେ କୁଜଙ୍ଗ ଥାନା ଅନ୍ତର୍ଗତ ପାନପଲି ଗାଁର ସଞ୍ଜୟ ପଲାଇ(୩୫)। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଶ୍ରମିକମାନେ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ନେହୁରା ହୋଇଥିଲେ ହେଁ ସେମାନଙ୍କ କଥାକୁ କର୍ତ୍ତୃପକ୍ଷ ଶୁଣି ନ ଥିଲେ। ଫଳରେ ଶ୍ରମିକମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହ କାମ ବନ୍ଦ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ବୁଧବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଥିଲେ ସୁଦ୍ଧା ଗୁରୁବାର ସକାଳ ୬ଟାରେ ବୋଲେରୋ ପହଞ୍ଚିଥିଲା। ସେଥିରେ ଆହତଙ୍କ ସମ୍ପର୍କୀୟମାନେ ତାଙ୍କୁ କଟକ ମେଡିକାଲ ନେଇଛନ୍ତି। ୧୧ ଶହ କୋଟି ଟଙ୍କା ପ୍ରକଳ୍ପରେ ପ୍ରାଥମିକ ଚିକିତ୍ସା ନାହିଁ କି ଆମ୍ବୁଲାନ୍ସ ନାହିଁ, ଯାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ପୂର୍ବାହ୍ନ ପ୍ରାୟ ୯ଟାରେ କମ୍ପାନୀର କିଛି ଅଧିକାରୀ ଆସି ଆହତଙ୍କୁ ଚିକିତ୍ସା ଖର୍ଚ୍ଚ ଦିଆଯିବା ସହ ସମ୍ପୂର୍ଣ୍ଣ ସୁସ୍ଥ ହେବା ପର୍ଯ୍ୟନ୍ତ ଦରମା ଦିଆଯିବାକୁ ପ୍ରତିଶ୍ରୁତି ଦେବାରୁ ଆନ୍ଦୋଳନ ହଟିଥିଲା।
ସୂଚନାଥାଉ କି, ଗତମାସରେ ଏହିପରି ଦୁଇଟି ଅଘଟଣ ଘଟିଥିଲା। ନିୟମିତ ଦରମା, ଇପିଏଫ୍‌, ଇଏସ୍‌ଆଇ ସୁବିଧା ନ ଥିବାରୁ ଶ୍ରମିକମାନେ ଅଧିକାଂଶ ସମୟରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

୨ଟି ଗ୍ୟାସ କନେକ୍ସନ ନେଇଥିଲେ ଜାଣି ନିଅନ୍ତୁ, ଜୁନ ୩୦ସୁଦ୍ଧା ହୋଇଯିବ ବନ୍ଦ! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ନୂଆ ନିୟମ ଅନୁଯାୟୀ, ଭାରତୀୟ ପରିବାରଗୁଡ଼ିକ ଏବେ LPG ସଂଯୋଗ କିମ୍ୱା PNG ସଂଯୋଗ ରଖିପାରିବେ କିନ୍ତୁ ଉଭୟ ନୁହେଁ। ଯଦି ଆପଣଙ୍କର ବର୍ତ୍ତମାନ ଉଭୟ…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..

ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି ।…

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି ।…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri