ପିଆଇସିଟିରେ ଅଘଟଣ : ଶ୍ରମିକ ଆହତ, ପ୍ରତିବାଦରେ ବିକ୍ଷୋଭ

ପାରାଦୀପ,୧୮।୭(ସ୍ବ.ପ୍ର.) : ପାରାଦୀପ ବନ୍ଦରରେ ୩୦ ବର୍ଷ ପାଇଁ କାମ ପାଇଥିବା ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ)ରେ ଗୁରୁବାର ସକାଳେ ଏକ ଅଘଟଣ ଘଟିଛି। ବ୍ୟାଗିଂ ସାଇଟ୍‌ରେ ଜଣେ ଶ୍ରମିକ ସାର ଅନ୍‌ଲୋଡ୍‌ କରୁଥିବାବେଳେ କନ୍‌ଭେୟର ବେଲ୍ଟରେ ତାଙ୍କ ହାତ ପଶି ଯାଇଥିଲା। ଫଳରେ ପାପୁଲିଠାରୁ କହୁଣୀ ପର୍ଯ୍ୟନ୍ତ ଚାପି ହୋଇଯାଇଥିଲା। ଆହତ ଶ୍ରମିକ ହେଲେ କୁଜଙ୍ଗ ଥାନା ଅନ୍ତର୍ଗତ ପାନପଲି ଗାଁର ସଞ୍ଜୟ ପଲାଇ(୩୫)। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଶ୍ରମିକମାନେ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ନେହୁରା ହୋଇଥିଲେ ହେଁ ସେମାନଙ୍କ କଥାକୁ କର୍ତ୍ତୃପକ୍ଷ ଶୁଣି ନ ଥିଲେ। ଫଳରେ ଶ୍ରମିକମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହ କାମ ବନ୍ଦ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ବୁଧବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଥିଲେ ସୁଦ୍ଧା ଗୁରୁବାର ସକାଳ ୬ଟାରେ ବୋଲେରୋ ପହଞ୍ଚିଥିଲା। ସେଥିରେ ଆହତଙ୍କ ସମ୍ପର୍କୀୟମାନେ ତାଙ୍କୁ କଟକ ମେଡିକାଲ ନେଇଛନ୍ତି। ୧୧ ଶହ କୋଟି ଟଙ୍କା ପ୍ରକଳ୍ପରେ ପ୍ରାଥମିକ ଚିକିତ୍ସା ନାହିଁ କି ଆମ୍ବୁଲାନ୍ସ ନାହିଁ, ଯାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ପୂର୍ବାହ୍ନ ପ୍ରାୟ ୯ଟାରେ କମ୍ପାନୀର କିଛି ଅଧିକାରୀ ଆସି ଆହତଙ୍କୁ ଚିକିତ୍ସା ଖର୍ଚ୍ଚ ଦିଆଯିବା ସହ ସମ୍ପୂର୍ଣ୍ଣ ସୁସ୍ଥ ହେବା ପର୍ଯ୍ୟନ୍ତ ଦରମା ଦିଆଯିବାକୁ ପ୍ରତିଶ୍ରୁତି ଦେବାରୁ ଆନ୍ଦୋଳନ ହଟିଥିଲା।
ସୂଚନାଥାଉ କି, ଗତମାସରେ ଏହିପରି ଦୁଇଟି ଅଘଟଣ ଘଟିଥିଲା। ନିୟମିତ ଦରମା, ଇପିଏଫ୍‌, ଇଏସ୍‌ଆଇ ସୁବିଧା ନ ଥିବାରୁ ଶ୍ରମିକମାନେ ଅଧିକାଂଶ ସମୟରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri