ପିଆଜର ଦରଦାମ ବୃଦ୍ଧି ପ୍ରତିବାଦ: ଯୋଗାଣ ମନ୍ତ୍ରୀଙ୍କ ଘର ଉପରକୁ ପିଆଜ ମାଡ଼ କଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ପିଆଜର ଦରଦାମ ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ରାଜ୍ୟ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ସରକାରୀ ବାସଭବନ ଉପରେ ପିଆଜ ମାଡ଼ କରାଯାଇଛି। ମଙ୍ଗଳବାର କଂଗ୍ରେସର ଶତାଧିକ ଯୁବକର୍ମୀ ଏକ ରାଲିରେ କଂଗ୍ରେସ ଭବନରୁ ବାହାରିଥିଲେ। ବେକରେ ପିଆଜ ମାଳ ପକାଇ ସେମାନେ ଯୋଗାଣ ମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ଗସ୍ତ କରି ନାରାବାଜି କରିଥିଲେ। ତେବେ ମନ୍ତ୍ରୀଙ୍କ ବାସଭବନକୁ ଯିବା ପୂର୍ବରୁ ପୋଲିସ ସେମାନଙ୍କୁ ଅଟକାଇଥିଲା। ଫଳରେ କେତେକ ଛାତ୍ର ନେତା ପିଆଜ ମାଡ଼ କରି ପ୍ରତିବାଦ କରୁଥିବା ଦେଖିବାକୁ ମିଳିଥିଲା।

ପ୍ରକାଶଯୋଗ୍ୟ, ପିଆଜ ଏବେ କିଲୋପିଛା ୧୦୦ରୁ ୧୫୦ ଟଙ୍କାରେ ବିକ୍ରି ହେଉଛି। ଫଳରେ ଉଭୟ ଖାଉଟି ଏବଂ ସରକାର ଚିନ୍ତାରେ। ଏଥିପାଇଁ ବିଭାଗୀୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଘନ ଘନ ବୈଠକ ବସୁଥିବା ବେଳେ ଜାନୁୟାରୀରୁ ଦର ହ୍ରାସ ପାଇବା ନେଇ ମନ୍ତ୍ରୀ କହିଥିଲେ। ତେବେ ପୂର୍ବରୁ କଂଗ୍ରେସ ପକ୍ଷରୁ ପିଆଜ କିଲୋ ୪୦ଟଙ୍କାରେ ବିକ୍ରି କରାଯାଇ ଦରବୃଦ୍ଧିର ପ୍ରତିବାଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri