ପିଆଜର ଦରବୃଦ୍ଧି ନେଇ ବଢ଼ିଲା ଚିନ୍ତା;୫୦ହଜାର ଟନ ଉଠାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ -୮: ଗରିବର ପରିବା କୁହାଯାଉଥିବା ପିଆଜର ଅହେତୁକ ଦରବୃଦ୍ଧିକୁ ନେଇ କେନ୍ଦ୍ର ସରକାର ଚିନ୍ତିତ। ଦର ନିୟନ୍ତ୍ରଣ ଲାଗି ଏବେ କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଦେଶରେ ପିଆଜର ଅଭାବ ନାହିଁ। ଯଥେଷ୍ଟ ପରିମାଣରେ ଏହା ଦେଶରେ ମହଜୁଦ ରହିଛି। ବଜାରରେ ଯଥାଶୀଘ୍ର ଏହାକୁ ପହଞ୍ଚାଇବା ଲାଗି କେନ୍ଦ୍ରୀୟ ଭଣ୍ଡାରରୁ ୫୦ ହଜାର ଟନ ପିଆଜ ଉଠାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନ ସୋମବାର କହିଛନ୍ତି।
ସଚିବ ଏବଂ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ଶେଷ ପରେ ପାଶ୍ୱାନ କହିଛନ୍ତି ଯେ, ସର୍ବାଧିକ ପିଆଜ ଚାଷ କରୁଥିବା ରାଜ୍ୟ ମହାରାଷ୍ଟ୍ର, କର୍ନାଟକ ଏବଂ ଗୁଜରାଟରେ ବନ୍ୟା ଯୋଗୁ ବର୍ତ୍ତମାନ ଏହାର ଅଭାବ ଦେଖାଦେଇଛି। ଏହି କାରଣରୁ ଦିଲ୍ଲୀ ସମେତ ଦେଶର ଅଧିକାଂଶ ଅଞ୍ଚଳରେ ଏବେ ଏହି ପରିବା ଦର ହୁହୁ ହୋଇ ବଢ଼ିଚାଲିଛି। ସୋମବାର ଚଣ୍ଡିଗଡରେ ପିଆଜ କିଲୋ ୪୫ଟଙ୍କା, ଦିଲ୍ଲୀରେ ୪୨ ଟଙ୍କା, ବାରାଣସୀ, ଆଇଜଲ ସମେତ ୬ ପ୍ରମୁଖ ସହରରେ ୪୦ ଟଙ୍କାରେ ବିକ୍ରି ହେଉଛି। ଅନ୍ୟ ସହରଗୁଡ଼ିକରେ ୪୦ଟଙ୍କା ଉପରେ ପିଆଜ ଦର ରହିଛି। ପାଶ୍ୱାନ କହିଛନ୍ତି ଯେ, ମଦର ଡେୟାରୀ ଓ ନାଫେଡକୁ ପିଆଜ କେଜି ୨୩.୯୦ଟଙ୍କାରେ ବିକ୍ରି କରିବାକୁ ନିର୍ଦ୍ଦେଶ ଦିଆଯିବା ସହ ରାଜ୍ୟଗୁଡ଼ିକୁ କେନ୍ଦ୍ରୀୟ ଭଣ୍ଡାରରୁ ୫୦ ହଜାର ଟନ ଉଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସେ କହିଛନ୍ତି ଯେ, ଦୈନିକ ଭିତ୍ତିରେ ପିଆଜ ସମେତ ସମସ୍ତ ଖାଦ୍ୟ ଶସ୍ୟର ମୂଲ୍ୟ ଉପରେ ମନ୍ତ୍ରଣାଳୟ ପକ୍ଷରୁ ନଜର ରଖାଯାଉଛି। ଏହା ଭିତରେ ଡାଲି ଓ ଖାଦ୍ୟ ତେଲ ଦର ବୃଦ୍ଧି ପାଇନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri