ପିଆଜର ଦରବୃଦ୍ଧି ନେଇ ବଢ଼ିଲା ଚିନ୍ତା;୫୦ହଜାର ଟନ ଉଠାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ -୮: ଗରିବର ପରିବା କୁହାଯାଉଥିବା ପିଆଜର ଅହେତୁକ ଦରବୃଦ୍ଧିକୁ ନେଇ କେନ୍ଦ୍ର ସରକାର ଚିନ୍ତିତ। ଦର ନିୟନ୍ତ୍ରଣ ଲାଗି ଏବେ କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଦେଶରେ ପିଆଜର ଅଭାବ ନାହିଁ। ଯଥେଷ୍ଟ ପରିମାଣରେ ଏହା ଦେଶରେ ମହଜୁଦ ରହିଛି। ବଜାରରେ ଯଥାଶୀଘ୍ର ଏହାକୁ ପହଞ୍ଚାଇବା ଲାଗି କେନ୍ଦ୍ରୀୟ ଭଣ୍ଡାରରୁ ୫୦ ହଜାର ଟନ ପିଆଜ ଉଠାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନ ସୋମବାର କହିଛନ୍ତି।
ସଚିବ ଏବଂ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ଶେଷ ପରେ ପାଶ୍ୱାନ କହିଛନ୍ତି ଯେ, ସର୍ବାଧିକ ପିଆଜ ଚାଷ କରୁଥିବା ରାଜ୍ୟ ମହାରାଷ୍ଟ୍ର, କର୍ନାଟକ ଏବଂ ଗୁଜରାଟରେ ବନ୍ୟା ଯୋଗୁ ବର୍ତ୍ତମାନ ଏହାର ଅଭାବ ଦେଖାଦେଇଛି। ଏହି କାରଣରୁ ଦିଲ୍ଲୀ ସମେତ ଦେଶର ଅଧିକାଂଶ ଅଞ୍ଚଳରେ ଏବେ ଏହି ପରିବା ଦର ହୁହୁ ହୋଇ ବଢ଼ିଚାଲିଛି। ସୋମବାର ଚଣ୍ଡିଗଡରେ ପିଆଜ କିଲୋ ୪୫ଟଙ୍କା, ଦିଲ୍ଲୀରେ ୪୨ ଟଙ୍କା, ବାରାଣସୀ, ଆଇଜଲ ସମେତ ୬ ପ୍ରମୁଖ ସହରରେ ୪୦ ଟଙ୍କାରେ ବିକ୍ରି ହେଉଛି। ଅନ୍ୟ ସହରଗୁଡ଼ିକରେ ୪୦ଟଙ୍କା ଉପରେ ପିଆଜ ଦର ରହିଛି। ପାଶ୍ୱାନ କହିଛନ୍ତି ଯେ, ମଦର ଡେୟାରୀ ଓ ନାଫେଡକୁ ପିଆଜ କେଜି ୨୩.୯୦ଟଙ୍କାରେ ବିକ୍ରି କରିବାକୁ ନିର୍ଦ୍ଦେଶ ଦିଆଯିବା ସହ ରାଜ୍ୟଗୁଡ଼ିକୁ କେନ୍ଦ୍ରୀୟ ଭଣ୍ଡାରରୁ ୫୦ ହଜାର ଟନ ଉଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସେ କହିଛନ୍ତି ଯେ, ଦୈନିକ ଭିତ୍ତିରେ ପିଆଜ ସମେତ ସମସ୍ତ ଖାଦ୍ୟ ଶସ୍ୟର ମୂଲ୍ୟ ଉପରେ ମନ୍ତ୍ରଣାଳୟ ପକ୍ଷରୁ ନଜର ରଖାଯାଉଛି। ଏହା ଭିତରେ ଡାଲି ଓ ଖାଦ୍ୟ ତେଲ ଦର ବୃଦ୍ଧି ପାଇନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Bank Holiday: ଏପ୍ରିଲ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଦେଖନ୍ତୁ ଆରବିଆଇର ବ୍ୟାଙ୍କ ଛୁଟିଦିନ

ନୂଆଦିଲ୍ଲୀ,୨୯।୩: ଆସନ୍ତା ଏପ୍ରିଲ ମାସରେ ସମଗ୍ର ଦେଶରେ ପ୍ରାୟ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ। ଏପରି ପରିସ୍ଥିତିରେ, ଯଦି ବ୍ୟାଙ୍କଗୁଡିକରେ ଦୀର୍ଘ ସମୟ ଧରି...

ଏଚ୍‌ଏମ୍‌ଏସ୍‌ଆଇର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୯ା୩: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ ଘରୋଇ ବଜାର (ଭାରତ)ରେ ୬ କୋଟିରୁ ଅଧିକ ଗାଡ଼ି ବିକ୍ରିକରି ନୂଆ ମାଇଲଖୁଣ୍ଟ ହାସଲ...

ବଜାରରେ ନାଲ୍‌କୋର ନୂତନ ଉତ୍ପାଦ

ଭୁବନେଶ୍ୱର,୨୯ା୩ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ତଥା ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନ ନବରତ୍ନ କମ୍ପାନୀ ‘ନାଲ୍‌କୋ’ର ନୂତନ ଉତ୍ପାଦ ‘ଆଲୁମିନିୟମ...

ପହିଲାରେ ଜମାହେବନି ୨୦୦୦ ଟଙ୍କିଆ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): ୨୦୨୪ ଏପ୍ରିଲ ୧ରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହୋବକୁ ଯାଉଛି। ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର...

ଇପିଏଫ୍‌ଓରେ ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ)ରେ ସାରା ଦେଶରେ କୋଟି କୋଟି ସଂଖ୍ୟାରେ ଆକାଉଣ୍ଟଧାରୀ ଅଛନ୍ତି। ଗ୍ରାହକମାନଙ୍କ ପାଇଁ ଇପିଏଫ୍‌ଓ ପକ୍ଷରୁ ଇ-କେୱାଇସି ବାଧ୍ୟତାମୂଳକ...

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ଗତ ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷରେ ମଧ୍ୟ ପୂର୍ବତଟ ରେଳପଥ ପଣ୍ୟ ପରିବହନରେନୂତନ ରେକର୍ଡ ହାସଲ କରିଛି। ୨୦୨୩ ଏପ୍ରିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri