ପିଆଜ ଜ୍ୱାଳାରେ ଲୋକେ ଛଟପଟ:ଦର ଛୁଇଁଲାଣି ୪୫

ଭୁବନେଶ୍ୱର,୨୦-୯(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତିଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ ଏହାର ଖୁଚୁରା ଦର ୪୫ ଟଙ୍କା ଛୁଇଁଲାଣି। ଘରଖର୍ଚ୍ଚ ପାଇଁ କିଲୋ ଜାଗାରେ ଅଢ଼େଇଶ କିମ୍ବା ଅଧା କେ.ଜି.ରେ କାମ ଚଳାଇବାକୁ ପଡୁଛି। ଆସନ୍ତା ନଭେମ୍ବର ଯାଏ ବଜାରରେ ପିଆଜ ଦର କମିବା ଆଶା କ୍ଷୀଣ ବୋଲି ପିଆଜ ଆମଦାନୀ କରୁଥିବା ବ୍ୟବସାୟୀମାନେ କହିଲେଣି । ଏହି ଦର ବୃଦ୍ଧିକୁ ନେଇ ସାଧାରଣ ଖାଉଟି ହନ୍ତସନ୍ତ ହେଉଛନ୍ତି। ସରକାରୀ ଉଦାସୀନତା ମଧ୍ୟ ଅବସ୍ଥାକୁ ଆହୁରି ଜଟିଳ କରିଛି। ଖୁଚୁରା ବ୍ୟବସାୟୀଙ୍କ ଉପରେ ନିୟନ୍ତ୍ରଣ ନ ଥିବାରୁ ମନଇଚ୍ଛା ଦର ବଢ଼ାଇ ଗ୍ରାହକଙ୍କୁ ଶୋଷଣ କରୁଥିବା ଅଭିଯୋଗ ହେଉଛି।
ଓଡ଼ିଶାକୁ ମୁଖ୍ୟତଃ ମହାରାଷ୍ଟ୍ରର ନାସିକରୁ ପିଆଜ ଆମଦାନୀ ହୋଇଥାଏ। ଏହାଛଡ଼ା ଆନ୍ଧ୍ର ଏବଂ କର୍ନାଟକର ବାଙ୍ଗାଲୋରରୁ ମଧ୍ୟ ପିଆଜ ରାଜ୍ୟକୁ ଆସିଥାଏ। ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ରରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିଯୋଗୁ ରାଜ୍ୟରେ ପିଆଜ ଦର ଅହେତୁକ ଭାବେ ବୃଦ୍ଧି ପାଇଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସଫେଇ ଦେଉଛି। ଏହି ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦରକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଅବଗତ କରାଇଛନ୍ତି। ବାହାର ରାଜ୍ୟ ଉପରେ ନିର୍ଭର କରୁଥିବାରୁ ପିଆଜ ଦର ବୃଦ୍ଧି ଉପରେ ଅଙ୍କୁଶ ଲଗାଇବାକୁ ସରକାରଙ୍କ ପାଖରେ କୌଣସି ବିକଳ୍ପ ନାହିଁ । ନୂଆ ପିଆଜ ବଜାରକୁ ଆସିଲେ ଦର କମିବ ବୋଲି ଯୋଗାଣ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଅର୍ଥାତ୍‌ ଏହି ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧିକୁ ରୋକିବା ପାଇଁ ସରକାରଙ୍କ ପାଖରେ କିଛି ବିକଳ୍ପ ନାହିଁ। ଉତ୍ପାଦନ ବୃଦ୍ଧି ଓ ଦର କମିବା ଯାଏ ଖାଉଟିଙ୍କୁ ଅପେକ୍ଷା କରିବାକୁ ପଡ଼ିବ।
ଆଳୁ ଓ ପିଆଜ ଦରକୁ ନିୟନ୍ତ୍ରଣ କରିବା ପାଇଁ ପ୍ରାଇସ୍‌ ଷ୍ଟାବିଲାଇଜେଶନ ଫଣ୍ଡ (ପିଏସ୍‌ଏଫ୍‌) ଗଠନ କରିବାକୁ କେନ୍ଦ୍ର ସରକାର ୨୦୧୫ରେ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଥିଲେ। ଏଥିରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ୫୦ କୋଟି ଟଙ୍କା ଲେଖାଏ ଅଂଶଧନ ବହନ କରିବା ବ୍ୟବସ୍ଥା ରହିଛି। ୧୦୦ କୋଟି ଟଙ୍କାରେ ଅଗଷ୍ଟ ମାସ ପୂର୍ବରୁ ରାଜ୍ୟ ସରକାର ପ୍ରାଥମିକ ସମବାୟ ସମିତି ଜରିଆରେ ଚାଷୀଙ୍କ ଠାରୁ ଅତ୍ୟାବଶ୍ୟକ ସାମଗ୍ରୀ ଆଳୁ, ପିଆଜ ଏବଂ ଡାଲିଜାତୀୟ ଶସ୍ୟ କିଣି ଗଚ୍ଛିତ ରଖିବେ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପିଏସ୍‌ଏଫ୍‌ର ନୋଡାଲ ବିଭାଗ ଭାବେ କାର୍ଯ୍ୟ କରିବ। ତିରୋଟ ସମୟରେ ଉକ୍ତ ସାମଗ୍ରୀକୁ ନିର୍ଦ୍ଦିଷ୍ଟ ମୂଲ୍ୟରେ ବିକ୍ରି ପାଇଁ ବଜାରକୁ ଛଡ଼ାଯିବ । ଫଳରେ ଖାଉଟିମାନଙ୍କୁ ମୂଲ୍ୟ ବୃଦ୍ଧି କଷ୍ଟରୁ ମୁକ୍ତି ମିଳିପାରିବ। ମାତ୍ର ଏହି ପାଣ୍ଠି ଗଠନ ହେବାର ୪ ବର୍ଷ ବିତିଯିବାକୁ ବସିଥିଲେ ମଧ୍ୟ ଏହାର ବ୍ୟବହାର କରାଯାଉ ନାହିଁ। ଫଳରେ ବଜାର ଉପରେ ସରକାରଙ୍କ କୌଣସି ନିୟନ୍ତ୍ରଣ ରହୁନାହିଁ। ଖାଉଟିଙ୍କୁ ବାଧ୍ୟହୋଇ ଅନ୍ୟ ରାଜ୍ୟର ଉତ୍ପାଦନ ଓ ଦର ଉପରେ ନିର୍ଭର କରିବାକୁ ପଡୁଛି। ପରିସ୍ଥିତି ସ୍ବାଭାବିକ ହେବା ଯାଏ ଖାଉଟିମାନେ ଚଢ଼ା ଦରରେ ପିଆଜ କିଣିବାକୁ ବାଧ୍ୟ ହେବେ । ଯୋଗାଣ ବିଭାଗ ଅଧିକାରୀଙ୍କ କହିବା କଥା ହେଲା ଚାଷୀଙ୍କଠାରୁ ଆଳୁ ରଖିବା ପାଇଁ ସରକାର ଶୀତଳଭଣ୍ଡାରଗୁଡ଼ିକ ଭଡ଼ାରେ ନେଇଥିଲେ। ରାଜ୍ୟର ଚାଷୀଙ୍କଠାରୁ ଆଳୁ ସଂଗ୍ରହ କରି ରଖାଯାଇଥିଲା। ଆଳୁ ଅଭାବରୁ କେତେକ ଶୀତଳଭଣ୍ଡାର ଖାଲି ପଡ଼ି ରହିଲା। ଆଳୁ ଦର ଖସିଯିବାରୁ ଗଚ୍ଛିତ ଆଳୁକୁ କମ୍‌ ଦରରେ ବିକ୍ରି କରାଗଲା। ଏଥିଯୋଗୁ ସରକାରଙ୍କୁ ୫୦ ଲକ୍ଷ ଟଙ୍କାର କ୍ଷତି ସହିବାକୁ ପଡ଼ିଲା। ଏଥିଯୋଗୁ ଶୀଘ୍ର ନଷ୍ଟ ହେଉଥିବା ପିଆଜକୁ ଗଚ୍ଛିତ ରଖିବା ସମ୍ଭବ ନୁହେଁ। ବର୍ଷା କମିଗଲେ ପିଆଜ ଦର ଆପେ କମିଯିବ ବୋଲି ଅଧିକାରୀ ଜଣକ କହିଛନ୍ତି। ଆଇଗିଣିଆ ପିଆଜ ବ୍ୟବସାୟୀ ସଂଘର ସାଧାରଣ ସମ୍ପାଦକ ତଥା ଓଡ଼ିଶା ବ୍ୟବସାୟୀ ସଂଘର ଆବାହକ ଶକ୍ତି ଶଙ୍କର ମିଶ୍ର କହିଛନ୍ତି ଯେ, ବନ୍ୟା ଓ ଲଗାଣ ବର୍ଷା ଯୋଗୁ ମହାରାଷ୍ଟ୍ର, ଆନ୍ଧ୍ର କିମ୍ବା କର୍ନାଟକରେ ପିଆଜ ଉତ୍ପାଦନ ହ୍ରାସ ପାଇଛି। ଏହାଛଡ଼ା ବର୍ଷା ଯୋଗୁ ପରିବହନ ବେଳେ ପିଆଜରେ ପାଣି ପଶି ନଷ୍ଟ ହୋଇଯାଉଛି। ଏଥିଯୋଗୁ ଦର ବୃଦ୍ଧି ଘଟିଛି। ଆସନ୍ତା ମାସେ ଯାଏ ପିଆଜ ଦର କମିବା ଆଶା କ୍ଷୀଣ ବୋଲି ସେ କହିଛନ୍ତି। ପଶ୍ଚିମବଙ୍ଗ ସରକାର ଆଳୁ ରଖିବା ପାଇଁ ପର୍ଯ୍ୟାପ୍ତ ଶୀତଳଭଣ୍ଡାର କରିଥିବାରୁ ଚଳିତ ବର୍ଷ ଆଳୁ ଦର ନିୟନ୍ତ୍ରଣରେ ରହିପାରିଛି। ରାଜ୍ୟରେ ବ୍ୟବସାୟୀମାନଙ୍କୁ କିମ୍ବା ସରକାର ନିଜେ ପିଆଜ ରଖିବା ପାଇଁ ବ୍ୟବସ୍ଥା କଲେ ଲୋକଙ୍କୁ ଦର ବୃଦ୍ଧିର କଷ୍ଟ ଭୋଗିବାକୁ ପଡ଼ନ୍ତା ନାହିଁ ବୋଲି ସେ କହିଛନ୍ତି।
ରାଜ୍ୟରେ ଯେତିକି ପିଆଜ ଉତ୍ପାଦନ ହେଉଛି ତାହା ସଂରକ୍ଷଣ ଅଭାବରୁ ଅନ୍ୟ ରାଜ୍ୟକୁ ଚାଲି ଯାଉଛି। ରାଜ୍ୟରେ ପିଆଜ ଚାଷକୁ ପ୍ରୋତ୍ସାହନ ଦେବା ସହ ସଂରକ୍ଷଣ ପାଇଁ ବ୍ୟବସ୍ଥା ନ କଲେ ପ୍ରତ୍ୟେକ ବର୍ଷ ଲୋକଙ୍କୁ ଆଳୁ, ପିଆଜ ଭଳି ଅତ୍ୟାବଶ୍ୟକ ସାମଗ୍ରୀର ଆକାଶଛୁଅଁା ଦରରେ ପେଷି ହେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିବାର ୧୧ ଦିନ ପରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଶ୍ରୀଧର ଦେବଙ୍କ ସ୍ଥାନରେ ସାକା...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri