Posted inଜାତୀୟ

ପିଆଜ କିଲୋ ୧୩୦ ଟଙ୍କା

ନୂଆଦିଲ୍ଲୀ, ୪।୧୨: ପିଆଜ ଦର ବୃଦ୍ଧି ରୋକିବାକୁ ସରକାର ଯେତେ ପଦକ୍ଷେପ ନେଉଥିଲେ ମଧ୍ୟ ତାହା କମିବାର ନାଁ ନେଉନି। ବୁଧବାର ଦେଶର ଅଧିକାଂଶ ସ୍ଥାନରେ ପିଆଜ ଦର କିଲୋ ପିଛା ୧୩୦ ଟଙ୍କାରେ ପହଞ୍ଚିଛି। ବେପାରୀଙ୍କ କହିବା ମୁତାବକ, ଆଗାମୀ ଜାନୁୟାରୀ ମାସ ପର୍ଯ୍ୟନ୍ତ ପିଆଜ ଦର କମିବା ଆଶା କ୍ଷୀଣ। ସୂଚନାଯୋଗ୍ୟ, ପିଆଜ ଦରକୁ ନେଇ ସାରା ଦେଶରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସର୍ବକାଳୀନ ରେକର୍ଡ ଭଙ୍ଗ କରି ଅନେକ ରାଜ୍ୟରେ ପିଆଜ କିଲୋ ପ୍ରତି ୧୧୦ରୁ ୧୩୦ ଟଙ୍କାରେ ପହଞ୍ଚିଛି। ତେଣୁ ପିଆଜ ମୂଲ୍ୟ ବୃଦ୍ଧିକୁ ରୋକିବା ପାଇଁ ସରକାର ତୁର୍କୀରୁ ୧୧ ହଜାର ଟନ ପିଆଜ ଆମଦାନୀ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସରକାରୀ କମ୍ପାନୀ ଏମଏମଟିସି ମାଧ୍ୟମରେ ତୁର୍କୀରୁ ପିଆଜ ମଗାଯାଇଛି। ଏମଏମଟିସି ମାଧ୍ୟମରେ ଦ୍ୱିତୀୟଥର ପାଇଁ ଏଭଳି ବରାଦ ଦିଆଯାଇଛି। ପୂର୍ବରୁ ଏମଏମଟିସି ଇଜିପ୍ଟରୁ ୬୦୯୦ ଟନ ପିଆଜ ଆମଦାନୀ କରିବା ପାଇଁ ବରାଦ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Watch: ଦଳରୁ ବାଦ ପଡିବା ପରେ ଭୋ ଭୋ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ, ସମ୍ଭାଳିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୨।୭: ସାଉଥାମ୍ପଟନରେ ଅନୁଷ୍ଠିତ ତୃତୀୟ ଟି-୨୦ ମ୍ୟାଚ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନଥିଲା; ବରଂ ସଞ୍ଜୁ ସାମସନ ଦଳକୁ ଫେରିଥିଲେ। ତଥାପି, ଫଳାଫଳ…

ଆସନ୍ତା ବର୍ଷ ଚାଲିବ ଭାରତର ପ୍ରଥମ ବୁଲେଟ ଟ୍ରେନ; ଘୋଷଣା ହେଲା ନୂଆ ରୁଟ

ନୂଆଦିଲ୍ଲୀ,୧୨।୭: ଭାରତରେ ଖୁବଶୀଘ୍ର ବୁଲେଟ ଟ୍ରେନ ଟ୍ରାକରେ ଦୌଡିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଘୋଷଣା କରିଛନ୍ତି ଯେ ମୁମ୍ବାଇ ଏବଂ ଅହମଦାବାଦ ମଧ୍ୟରେ ପ୍ରଥମ…

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri