ପିଆଜ ପରେ ଆଳୁ ଚଡ଼କ: ଦର ଛୁଇଁଲା ୩୦

ଭୁବନେଶ୍ୱର,୬ା୧(ବ୍ୟୁରୋ): ପିଆଜ ପରେ ଏବେ ଆଳୁ ଦର ବଢ଼ିଛି। ୧୮ରୁ ୨୦ ଟଙ୍କା ଦରରେ ମିଳୁଥିବା ଆଳୁ ଏବେ ୩୦ଟଙ୍କା ଛୁଇଁଛି। ରାଜ୍ୟର ନୂଆ ଆଳୁ ଅମଳରେ ବିଳମ୍ବ ସହ ପଶ୍ଚିମବଙ୍ଗରୁ ଆଳୁ ଆମଦାନୀ ହ୍ରାସ ପାଇବାରୁ ଦର ହଠାତ୍‌ ବୃଦ୍ଧି ପାଇଥିବା ଜଣାପଡ଼ିଛି। କଟକ ଛତ୍ର ବଜାର ସମେତ ଭୁବନେଶ୍ୱରରେ ଆଳୁ ବଜାର ନିଅଣ୍ଟିଆ ସ୍ଥିତିରେ ରହିଥିବାବେଳେ ଚଢା ଦର ରାଜ୍ୟର ଅନ୍ୟ ଅଞ୍ଚଳରେ ବି ଦେଖିବାକୁ ମିଳିଛି। ଦୂରଦୂରାନ୍ତରେ ରହିଥିବା ବଜାରରେ ଏହାଠାରୁ ଦର ଉଚ୍ଚା ରହିଥିବା ଜଣାପଡିଛି। ପଶ୍ଚିମରେ ରାଉରକେଲାରୁ ଦକ୍ଷିଣରେ ବ୍ରହ୍ମପୁର ଯାଏ ସବୁଠି ଆଳୁର ଦର ଉପର ମୁହାଁ ହୋଇଥିବା ଜଣାପଡ଼ିଛି। କେତେଜଣ ବ୍ୟବସାୟୀଙ୍କ ମତରେ ନିକଟରେ ବର୍ଷା ଯୋଗୁ ନୂଆ ଆଳୁ ଖୋଳାରେ ବିଳମ୍ବ ହୋଇଛି। ତେଣୁ ବଜାରକୁ ଯଥେଷ୍ଟ ପରିମାଣର ଆଳୁ ପହଞ୍ଚତ୍ ପାରିନି। ଅନ୍ୟପକ୍ଷରେ ପଶ୍ଚିମବଙ୍ଗରେ ମଧ୍ୟ ଆଳୁ ଦର ଉଚ୍ଚା ରହିଛି। ଏହାର ପ୍ରଭାବ ଓଡ଼ିଶା ବଜାର ଉପରେ ପଡ଼ିଛି। ଆସନ୍ତା ୧୫ ଦିନ ଭିତରେ ରାଜ୍ୟର ନୂଆ ଆଳୁ ବଜାରକୁ ଆସିଯିବ ବୋଲି ବ୍ୟବସାୟୀମାନେ ଆଶା ରଖିଥିବାବେଳେ ଏହାପରେ ହିଁ ଦର ସ୍ବାଭାବିକ ହେବ ବୋଲି ସେମାନେ ଅନୁମାନ କରୁଛନ୍ତି। ପିଆଜ ଦର ଏଯାବତ୍‌ ସ୍ବାଭାବିକ ହୋଇ ନ ଥିବାବେଳେ ଆଳୁର ଦର ବୃଦ୍ଧି ସାଧାରଣ ଖାଉଟି ଓ ଗରିବଙ୍କ ପାଇଁ ବେଡ଼ି ଉପରେ କୋରଡ଼ା ସଦୃଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri