Posted inଜାତୀୟ

ପିଆଜ, ରସୁଣ ପାଇଁ ଭାଙ୍ଗିଲା ୨୨ ବର୍ଷର ସ୍ତ୍ରୀ-ସ୍ବାମୀ ସମ୍ପର୍କ: ପୂରା ଘଟଣା ଜାଣିଲେ…

ଅହମଦାବାଦ,୧୧ା୧୨:ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି। ଏହାର କାରଣ ଅନେକଙ୍କୁ ବିସ୍ମିତ କରିଛି। ମହିଳା ଜଣକ ସ୍ବାମୀନାରାୟଣ ଦୀକ୍ଷା ନେଇଥିବାରୁ ପିଆଜ, ରସୁଣ ଖାଇବାକୁ ମନା କରିଦେଇଥିଲେ। ଏହି ବିବାଦ ଏପରି ଘନେଇଲା ଯେ, ମାମଲା ଅଦାଲତକୁ ଯାଇଥିଲା। ଗୁଜରାଟ ହାଇକୋର୍ଟ
ଫାମିଲି କୋର୍ଟ ରାୟକୁ ବଳବତ୍ତର ରଖି ବିଚ୍ଛେଦ ଅନୁମତି ଦେଇଛନ୍ତି। ସ୍ବାମୀନାରାୟଣ ସମ୍ପ୍ରଦାୟର ଅନ୍ୟମାନଙ୍କ ଭଳି ଏହି ମହିଳା ପିଆଜ ଓ ରସୁଣ ଖାଆନ୍ତି ନାହିଁ। ଉକ୍ତ ଦମ୍ପତି ୨୦୦୨ରେ ବିବାହ କରିଥିଲେ। ପରିବାରର ଅନ୍ୟ ସଦସ୍ୟମାନେ ସାଧାରଣ ବ୍ୟଞ୍ଚନ ଖାଉଥିବାବେଳେ ସ୍ବାମୀଙ୍କ ମା’ ସମ୍ପୃକ୍ତ ମହିଳାଙ୍କ ପାଇଁ ବିନା ପିଆଜ ରସୁଣରେ ଭିନ୍ନ ପ୍ରକାରେ ରୋଷେଇ କରନ୍ତି। ଏହାକୁ ନେଇ ପରିବାରରେ ବିବାଦ ଆରମ୍ଭ ହୋଇଥିଲା। ମହିଳା ଜଣକ ନିଜ ପିଲାଙ୍କୁ ଧରି ୨୦୦୭େରେ ଶାଶୁ ଘର ଛାଡ଼ି ମା’ ଘରକୁ ଚାଲିଯାଇଥିଲେ। ଫଳରେ ସ୍ବାମୀ ୨୦୧୩ରେ ଅହମଦାବାଦ ଫାମିଲି କୋର୍ଟକୁ ଯାଇ ଛାଡ଼ପତ୍ର ପାଇଁ ଅନୁମତି ମାଗିଥିଲେ। ୨୦୨୪ ମେ’ରେ ପରିବାର ଅଦାଲତ ବିବାହ ଭଙ୍ଗ ପାଇଁ ଅନୁମତି ଦେଇଥିବାବେଳେ ସ୍ତ୍ରୀ ଏଥିରେ ସହମତି ପ୍ରକାଶ କରିବା ସହ ଉପର କୋର୍ଟରେ ଅପିଲ କରି ନ ଥିଲେ। ତେବେ ମହିଳାଙ୍କୁ ଭରଣପୋଷଣ ଖର୍ଚ୍ଚ ଦେବା ପାଇଁ ଫାମିଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ସ୍ବାମୀ ୧୮ ମାସ ହେଲା ଭରଣପୋଷଣ ଦେଇ ନ ଥିବାରୁ ମହିଳା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ କେବଳ ୨.୭୨ ଲକ୍ଷ ଟଙ୍କା ଅନ୍ତରୀଣ ଖର୍ଚ୍ଚ ପାଇଥିବାବେଳେ ଅବଶିଷ୍ଟ ୧୩.୨ ଲକ୍ଷ ଟଙ୍କା ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଉ ବୋଲି ମହିଳାଙ୍କ ଓକିଲ ହାଇକୋର୍ଟରେ ଯୁକ୍ତି ବାଢ଼ିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର, ସର୍ଜରୀରେ ରୋଗ ଭଲ ହେବା ନେଇ ଏମ୍ସ ଡାକ୍ତରଙ୍କ ଘୋଷଣା

ନୂଆଦିଲ୍ଲୀ,୧୧।୧୨: ପୂର୍ବରୁ ଏକ କଥା ଥିଲା ଯେ, ଯେଉଁ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହା ଜୀବନସାରା ରହିଯାଇଥାଏ । ଆଜି ପର୍ଯ୍ୟନ୍ତ ଡାଇବେଟିସର କୌଣସି...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri