ବାରିପଦା ଅଫିସ,୩୦ା୫- ବାରିପଦା ପିଆରଏମ୍ ମେଡ଼ିକାଲ୍ରେ ଦିନକୁ ଦିନ ଚିକିତ୍ସା ଅବହେଳା ନେଇ ଅଭିଯୋଗ ଲମ୍ବିବାରେ ଲାଗିଛି। କିଛି ଦିନ ତଳେ ଶିଶୁ ପୁତ୍ର ଅଦଳବଦଳ ହୋଇଥିବା ଘଟଣା ମନରୁ ନ ଲିଭୁଣୁ ପୁଣି ଜଣେ ଶିଶୁକନ୍ୟାର ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବାରିପଦା ଟାଉନ୍ ଥାନା ଅନ୍ତର୍ଗତ ମଧୁବନ ୱାର୍ଡ ନଂ.୭ର ରଜନୀକାନ୍ତ ପୃଷ୍ଟି ଏ ନେଇ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଗତ ୨୩ ତାରିଖରେ ବର୍ଷକର ଝିଅ ଲକ୍ସିତାଙ୍କ ବାନ୍ତି ହେଉଥିବାରୁ ତାଙ୍କ ବାପା ରଜନୀକାନ୍ତ ତାଙ୍କୁ ପିଆରଏମ୍ ମେଡ଼ିକାଲ୍ରେ ଭର୍ତ୍ତି କରାଇଥିଲେ। ଆଡମିଶନ ସମୟରେ ଡ୍ୟୁଟିରେ ଥିବା ଡାକ୍ତର ଆସି ଶିଶୁଟିକୁ ଦେଖି ଇଞ୍ଜେକ୍ସନ ଦେଇଥିଲେ। କିଛି ଘଣ୍ଟା ପରେ ଅନ୍ୟ ଜଣେ ଡାକ୍ତର ଆସି ପୁନର୍ବାର ଏକ ଇଞ୍ଜେକ୍ସନ ଦେଇଥିଲେ। ଏହାପରେ ଶିଶୁଟିର ସ୍ବାସ୍ଥ୍ୟାବସ୍ଥା ଭଲ ହେବା ପରିବର୍ତ୍ତେ ଆହୁରି ଜଟିଳ ହୋଇଯାଇଥିଲା। କିଛି ସମୟ ପରେ ଅନ୍ୟ ଜଣେ ଡାକ୍ତର ଆସି ଶିଶୁଟିକୁ ଦେଖିଥିଲେ ଏବଂ ପିଲାକୁ ନିମୋନିଆ ହୋଇଥାଇପାରେ ବୋଲି କହି ତୃତୀୟ ଥର ପାଇଁ ଆଉ ଏକ ଇଞ୍ଜେକ୍ସନ ଦେଇଥିଲେ। ଏହାର କିଛି ସମୟ ପରେ ଶିଶୁଟି ଛାଟିପିଟି ହେଉଥିବା ଦେଖି ମେଡ଼ିକାଲ୍ କର୍ତ୍ତୃପକ୍ଷ ଶିଶୁର ମା’ ଦୁର୍ଗାମଣି ସାହୁଙ୍କଠାରୁ ଏକ କାଗଜରେ ଦସ୍ତଖତ କରାଇ ନେବା ସହିତ ଶିଶୁଟି ଗୁରୁତର ଅବସ୍ଥାରେ ଅଛି ଏବଂ ତାକୁ କଟକ ଶିଶୁ ଭବନକୁ ନେଇଯିବା ପାଇଁ କହିଥିଲେ। ପରିବାର ଲୋକେ ଏକ ଆମ୍ବୁଲାନ୍ସ ଯୋଗେ ଶିଶୁକୁ ଶିଶୁଭବନକୁ ନେଇଯାଇଥିଲେ। ମାତ୍ର ସେଠାରେ ପହଞ୍ଚିବାର କିଛି ସମୟ ପରେ ଶିଶୁଟି ମୃତ୍ୟୁବରଣ କରିଥିଲା। ତେଣୁ ଚିକିତ୍ସା ଅବହେଳାରୁ ତାଙ୍କ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏହାର ଉପଯୁକ୍ତ ତଦନ୍ତ କରି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରଜନୀକାନ୍ତ ଦାବି କରିଛନ୍ତି। ଏ ନେଇ ପିଆରଏମ ମେଡ଼ିକାଲ୍ର ଅଧୀକ୍ଷକ ବି.ଏନ୍. ମହାନ୍ତିଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ କୌଣସି ଉତ୍ତର ଦେଇ ନ ଥିଲେ।
୫ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ
ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...
ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ
ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ
ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...
କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା
ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଗଛକାଟି ବସ୍ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି
ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...
Archives


