ପିଇଓଙ୍କୁ ଅଟକ ରଖିଲେ ହିତାଧିକାରୀ

ବାରିପଦା ଅଫିସ,୫ା୫: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ପାଉଁଶିଆ ପଞ୍ଚାୟତ ନିର୍ବାହୀ ଅଧିକାରିଣୀ(ପିଇଓ)ଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ଉତ୍ତ୍ୟକ୍ତ ଲୋକେ ଗୁରୁବାର ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ। ଫଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେ କାର୍ଯ୍ୟାଳୟ ମଧ୍ୟରେ ଅଟକି ରହିଥିଲେ। ଖବରପାଇ ପୋଲିସ ଓ ବ୍ଲକ କର୍ତ୍ତୃପକ୍ଷ ପହଞ୍ଚି ସମ୍ପୃକ୍ତ ଅଧିକାରୀଙ୍କୁ ବଦଳି କରିବାର ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ଗୁରୁବାର ପଞ୍ଚାୟତ କାର୍ଯ୍ୟାଳୟକୁ ୧୧ଟି ୱାର୍ଡର ଲୋକେ ଚାଉଳ ନେବାକୁ ଆସିଥିଲେ। ଚାଉଳ ପ୍ରଦାନ କରିବା ପରିବର୍ତ୍ତେ ଭତ୍ତା ବଣ୍ଟନରେ ବ୍ୟସ୍ତ ରହି ପିଇଓ ଜଣକ ଶୁକ୍ରବାର ଚାଉଳ ଦିଆଯିବ ବୋଲି କହିଥିଲେ। ଟାଣ ଖରାରେ ବାରମ୍ବାର ପଞ୍ଚାୟତ କାର୍ଯ୍ୟାଳୟକୁ ଚାଉଳ ନେବାକୁ ଆସି ଫେରୁଥିବା ଜଗନ୍ନାଥପୁର, ଭଣ୍ଡାରିକୁଳା, ଶାଳବଣୀ, ରାଜଗଡ଼ ଓ କାଣିମହୁଲୀ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଥିଲେ। ସେମାନେ ଚାଉଳ ନେବାକୁ ଅଡ଼ି ବସିବାରୁ ଅଧିକାରିଣୀ ଜଣକ ଦୁର୍ବ୍ୟବହାର କରିଥିବା ଲୋକେ ଅଭିଯୋଗ କରି ତାଙ୍କୁ ପଞ୍ଚାୟତ କାର୍ଯ୍ୟାଳରେ ତାଲା ପକାଇ ହୋହହ୍ଲା କରିଥିଲେ। ପୋଲିସ ଓ ବ୍ଲକ ପଞ୍ଚାୟତ ଅଧିକାରୀ ଦାୟିତ୍ୱରେ ଥିବା ରୂପେଶ ମାଝୀ ପହଞ୍ଚି ଘଟଣାରେ ହସ୍ତକ୍ଷେପ କରିବା ପରେ ଉତ୍ତ୍ୟକ୍ତ ଲୋକେ ଶାନ୍ତ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri