ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନ ଭଙ୍ଗାଯିବ

ରସୁଲପୁର, ୨୪।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ନିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କର ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନରେ ରହସ୍ୟଜନକ ମୃତ୍ୟୁ ଘଟିଥିଲା। ଉକ୍ତ ଅତିଥିଭବନ ଏକ ବିବାଦୀୟ ଜମିରେ ରହିଥିବା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଘଟଣା ସମ୍ପର୍କରେ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଜାରି ରଖିଛି। ଅଭିଯୋଗ ମୁତାବକ ତହସିଲଦାରଙ୍କୁ ଧର୍ମଶାଳା ଥାନା ପୋଲିସ ପକ୍ଷରୁ ଅତିଥିଭବନର ଜମିଜମା ସମ୍ପର୍କିତ ତଥ୍ୟ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ତହସିଲଦାର ପ୍ରଦାନ କରିଥିବା ରିପୋର୍ଟ ମୁତାବକ ଅତିଥିଭବନ ଏକ ସରକାରୀ ଜମିରେ ରହିଛି। ଏହି ତଥ୍ୟ ପ୍ରଘଟ ହେବା ପରେ ଉକ୍ତ ଭବନକୁ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଯାଜପୁର ଜିଲାପାଳଙ୍କ ନିର୍ଦ୍ଦେଶ ମୁତାବକ ଅତିଥିଭବନ ଚତୁଃପାର୍ଶ୍ୱରେ ୧୪୪ ଧାରା ଜାରି କରାଯିବ। ଏବେ ତଦନ୍ତ ଚାଲିଛି। ପରେ ବିବାଦୀୟ ଜମିରୁ ରୂପେଶଙ୍କ ଅତିଥିଭବନ ଉଠିବ ବୋଲି ଜଣାପଡ଼ିଛି।

ପ୍ରକାଶ ଯେ, ଗତ ୧୬ତାରିଖ ବୁଧବାର ଅପରାହ୍ନରେ ପିଇଓ ସ୍ମିତାରାଣୀ ପଞ୍ଚାୟତର ଚାରିବାଟିଆ ଓ ସୁଭଦ୍ରାପୁର ଗ୍ରାମରେ ଭତ୍ତା ବଣ୍ଟନ କରି ଫେରିବା ପରେ ମଧ୍ୟାହ୍ନ ଭୋଜନ କରିବାକୁ ପଞ୍ଚାୟତ କାର୍ଯ୍ୟାଳୟଠାରୁ ୫୦୦ମିଟର ଦୂରରେ ଥିବା ରୂପେଶଙ୍କ ଗେଷ୍ଟ ହାଉସକୁ ଯାଇଥିଲେ। ଏହାର କିଛି ସମୟ ପରେ ଗେଷ୍ଟ ହାଉସର ଉପର ମହଲାରେ ସ୍ମିତାରାଣୀ ଆତ୍ମହତ୍ୟା କରିଥିଲେ। ଏହି ଘଟଣାରେ ପୋଲିସ ପ୍ରଥମେ ଏକ ଅପମୃତ୍ୟୁ ମାମଲା(୧୬/୨୦୧୯) ରୁଜୁ କରିଥିଲା। ପରେ ଆଉ ଏକ ମାମଲା (ନଂ.୪୮୧/୨୦୧୯) ରୁଜୁ କରି ରୂପେଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri