ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବିକଲା ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହହଜନକ ମୃତ୍ୟୁ ପ୍ରସଙ୍ଗକୁ ନେଇ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସିବିଆଇ ତଦନ୍ତ ଦାବି କରାଯାଇଛି। ଶୁକ୍ରବାର କଂଗ୍ରେସ ଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କଂଗ୍ରେସ ନେତା ସତ୍ୟ ପ୍ରକାଶ ନାୟକ ସ୍ଥାନୀୟ ପୋଲିସ ପ୍ରଶାସନ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ଯେଭଳି ତଦନ୍ତ କରୁଛି ତାହା ସନ୍ଦେହପୂର୍ଣ୍ଣ ବୋଲି ଅଭିଯୋଗ କରିଛନ୍ତି। ଏଯାବତ୍‌ ପୋଲିସର କାର୍ଯ୍ୟକଳାପ ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ଖସାଇ ଦେବା ଓ ତଥ୍ୟ ପ୍ରମାଣକୁ ନଷ୍ଟ କଲାଭଳି ପ୍ରତୀୟ ହେଉଛି। ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁକୁ ଯେଭଳି ଭାବରେ ଆତ୍ମହତ୍ୟାର ରୂପ ଦିଆଯାଉଛି, ଏହା ପଛରେ ଶାସକ ଦଳର ବଡ଼ ବଡ଼ିଆ ନେତା ଓ ମାଫିଆଙ୍କ ହାତ ରହିଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି। ଏହି ଅବସରରେ ଧର୍ମଶାଳା କଂଗ୍ରେସ ବିଧାୟିକା ପ୍ରାର୍ଥିନୀ ସ୍ମୃତିରେଖା ପହି ଉପସ୍ଥିତ ଥିଲେ।
ପ୍ରକାଶ ଯେ, ହରିଦାସପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବୁଧବାର ସରପଞ୍ଚ ମଧୁସ୍ମିତା ଭଦ୍ର ଏବଂ ଅନ୍ୟମାନଙ୍କ ସହ ଚାରିବାଟିଆ ଓ ସୁଭଦ୍ରାପୁର ଗ୍ରାମକୁ ଭତ୍ତା ଟଙ୍କା ବାଣ୍ଟିବାକୁ ଯାଇଥିଲେ। ସେଠାରୁ ପଞ୍ଚାୟତ କାର୍ଯ୍ୟାଳୟ ଫେରିବା ପରେ ନିକଟରେ ଥିବା ସରପଞ୍ଚଙ୍କ ଗେଷ୍ଟ ହାଉସକୁ ମଧ୍ୟାହ୍ନଭୋଜନ କରିବାକୁ ଯାଇଥିଲେ। ସାଙ୍ଗରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଓ ଅନ୍ୟକିଛି ସହଯୋଗୀ ଥିଲେ। ତେବେ ମଧ୍ୟାହ୍ନଭୋଜନ ପୂର୍ବରୁ ସ୍ମିତାରାଣୀ ବାଥଇରୁମ୍‌ ଯିବାକୁ କହି ଉପର ମହଲାକୁ ଯାଇଥିଲେ। ସେଠାରେ ସେ ଏକ କୋଠରିର ଫ୍ୟାନ୍‌ରେ ନିଜ ଓଢ଼ଣିରେ ଦଉଡ଼ି ଦେଇଥିଲେ। ଏହା ଜଣାପଡ଼ିବା ପରେ ରୂପେଶ ଓ ଅନ୍ୟମାନେ କବାଟ ଭାଙ୍ଗି ତାଙ୍କୁ ଧର୍ମଶାଳା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri