ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବିକଲା କଂଗ୍ରେସ

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁରର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ସିବିଆଇ ତଦନ୍ତ ଦାବି କରାଯାଇଛି। କଂଗ୍ରେସ ଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଂଗ୍ରେସ ନେତା ସତ୍ୟ ପ୍ରକାଶ ନାୟକ କହିଛନ୍ତି, ସ୍ଥାନୀୟ ପୋଲିସ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ଯେଭଳି ତଦନ୍ତ କରୁଛି ତାହା ସନ୍ଦେହପୂର୍ଣ୍ଣ। ପୋଲିସର କାର୍ଯ୍ୟକଳାପ ମୁଖ୍ୟ ଅଭିଯୁକ୍ତଙ୍କୁ
ଖସାଇ ଦେବା ଏବଂ ତଥ୍ୟ ପ୍ରମାଣକୁ ନଷ୍ଟ କଲାଭଳି ପ୍ରତୀୟମାନ ହେଉଛି। କାହିଁକି ଏପର୍ଯ୍ୟନ୍ତ ହରିଦାସପୁର ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ଏବଂ ଅନ୍ୟ ୫ ଜଣଙ୍କୁ ପୋଲିସ ଗିରଫ ନ କରି ଅଟକ ରଖିଛି ବୋଲି ସେ ପ୍ରଶ୍ନ ଉଠାଇଛନ୍ତି। ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁକୁ ଯେଭଳିଭାବେ ଆମତ୍ହତ୍ୟାର ରୂପ ଦିଆଯାଉଛି, ଏହା ପଛରେ ଶାସକ ଦଳର ନେତା ଏବଂ ମାଫିଆଙ୍କ ହାତ ରହିଛି। ମୁଖ୍ୟ ଅଭିଯୁକ୍ତ ଅର୍ଥ ଓ ବାହୁବଳ ଲଗାଇ ତଦନ୍ତକୁ ବାଟବଣା କରିବାକୁ ପ୍ରୟାସ କରୁଥିବା ସାଧାରଣରେ ଅଭିଯୋଗ ହେଉଛି ବୋଲି ସତ୍ୟପ୍ରକାଶ କହିଛନ୍ତି।
ସ୍ମିତାରାଣୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ଓ ସ୍ବାମୀ ଅଭିଯୋଗ କରିଥିବାବେଳେ ସେମାନଙ୍କୁ ରାଜ୍ୟ ଭାଜପା ଓ କଂଗ୍ରେସ ପକ୍ଷରୁ ପୃଥକ୍‌ ଟିମ୍‌ ଭେଟି ସମବେଦନା ଜଣାଇଛନ୍ତି। ଏହାସହ ଭାଜପା ଓ କଂଗ୍ରେସ ଟିମ୍‌ ଯାଜପୁର ଏସ୍‌ପିଙ୍କୁ ଭେଟି ତଦନ୍ତ ସମ୍ପର୍କରେ ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri