ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: କଂଗ୍ରେସ ପରେ ସିବିଆଇ ତଦନ୍ତ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପ୍ରଥମେ କଂଗ୍ରେସ ସିବିଆଇ ତଦନ୍ତ ଦାବି କରିଥିଲା। ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ନେତା ପ୍ରକାଶ ମିଶ୍ର ମଧ୍ୟ ଘଟଣାର ସିବିଆଇ ତଦନ୍ତ ଦାବି କରିବା ସହ କହିଛନ୍ତି, ପାରିପାଶ୍ୱିକ ଅବସ୍ଥା ଦେଖିଲେ ସ୍ମିତାଙ୍କୁ ବଳାତ୍କାର ଏବଂ ହତ୍ୟା କରାଯାଇଥିବା ଲାଗୁଛି। ସେଠାରେ ସରପଞ୍ଚଙ୍କ ସ୍ବାମୀଙ୍କ ସହ ଏକାଧିକ ଲୋକ ଥିଲେ। କୌଣସି ସରକାରୀ ଯୋଜନା ଲାଗି ତାଙ୍କୁ ଅତ୍ୟଧିକ ବାଧ୍ୟ କରାଯାଇଛି। ସ୍ମିତାରାଣୀ ନ ମାନିବାରୁ ହୁଏତ ତାଙ୍କୁ ହତ୍ୟା କରାଯାଇଥାଇପାରେ। ଯଦି ବି ତାହା ହତ୍ୟା ନୁହେଁ, ଆତ୍ମହତ୍ୟା ତେବେ ତାଙ୍କୁ କିଏ ଏଥିପାଇଁ ବାଧ୍ୟ କଲା ତାହା ତଦନ୍ତ କରାଯାଉ। କାରଣ ଆତ୍ମହତ୍ୟା ପାଇଁ ବାଧ୍ୟ କରିବା ହତ୍ୟାଠାରୁ ବି ଅତ୍ୟଧିକ ଜଘନ୍ୟ। ଏଣୁ ଘଟଣାର ତଦନ୍ତ ଭାର ସିବିଆଇକୁ ଦିଆଯାଉ, ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ସ୍ମିତାରାଣୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ଏବଂ ସ୍ବାମୀ ଅଭିଯୋଗ କରିଥିବା ବେଳେ ସେମାନଙ୍କୁ ରାଜ୍ୟ ଭାଜପା ଏବଂ କଂଗ୍ରେସ ପକ୍ଷରୁ ପୃଥକ୍‌ ଟିମ୍‌ ଭେଟି ସମବେଦନା ଜଣାଇଛନ୍ତି। ଏଥିସହ ଭାଜପା ଓ କଂଗ୍ରେସ ଟିିମ୍‌ ଯାଜପୁର ଏସ୍‌ପିଙ୍କୁ ଭେଟି ତଦନ୍ତ ସମ୍ପର୍କରେ ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri