ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସରପଞ୍ଚଙ୍କ ସ୍ବାମୀଙ୍କୁ ଗିରଫ କଲା ଧର୍ମଶାଳା ପୋଲିସ

ଧର୍ମଶାଳା,୧୯।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ଗିରଫ କରାଯାଇଛି। ରୂପେଶଙ୍କୁ ଧର୍ମଶାଳା ଥାନା ପୋଲିସ ଗୁରୁବାରଠାରୁ ଅଟକ ରଖି ପଚରାଉଚରା କରୁଥିବା ବେଳେ ଶନିବାର ତାଙ୍କୁ ଗିରଫ କରିଛି। ଏଥିସହ ସ୍ମିତାରାଣୀଙ୍କ ସହ ତାଙ୍କର ଅନୈତିକ ସମ୍ପର୍କ ଥିଲା। ଏଣୁ କୌଣସି କଥାକୁ ନେଇ ମତାନ୍ତର ହୋଇଥାଇପାରେ ବୋଲି ଖବରଦାତା ସମ୍ମିଳନୀରେ ଯାଜପୁର ଏସ୍‌ପି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ହରିଦାସପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବୁଧବାର ସରପଞ୍ଚ ମଧୁସ୍ମିତା ଭଦ୍ର ଏବଂ ଅନ୍ୟମାନଙ୍କ ସହ ଚାରିବାଟିଆ ଓ ସୁଭଦ୍ରାପୁର ଗ୍ରାମକୁ ଭତ୍ତା ଟଙ୍କା ବାଣ୍ଟିବାକୁ ଯାଇଥିଲେ। ସେଠାରୁ ପଞ୍ଚାୟତ କାର୍ଯ୍ୟାଳୟ ଫେରିବା ପରେ ନିକଟରେ ଥିବା ସରପଞ୍ଚଙ୍କ ଗେଷ୍ଟ ହାଉସକୁ ମଧ୍ୟାହ୍ନଭୋଜନ କରିବାକୁ ଯାଇଥିଲେ। ସାଙ୍ଗରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଓ ଅନ୍ୟକିଛି ସହଯୋଗୀ ଥିଲେ। ତେବେ ମଧ୍ୟାହ୍ନଭୋଜନ ପୂର୍ବରୁ ସ୍ମିତାରାଣୀ ବାଥ୍‌ରୁମ୍‌କୁ ଯିବାକୁ କହି ଉପର ମହଲାକୁ ଯାଇଥିଲେ। ସେଠାରେ ସେ ଏକ କୋଠରିର ଫ୍ୟାନ୍ରେ ନିଜ ଓଢ଼ଣିରେ ଦଉଡ଼ି ଦେଇଥିଲେ। ଏହା ଜଣାପଡ଼ିବା ପରେ ରୂପେଶ ଓ ଅନ୍ୟମାନେ କବାଟ ଭାଙ୍ଗି ତାଙ୍କୁ ଧର୍ମଶାଳା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏପରି କି ଏହି ଘଟଣା ସମ୍ପର୍କରେ ରୂପେଶ ପିଇଓ ସ୍ମିତାରାଣୀଙ୍କ ବାପାଙ୍କୁ ଖବର ଦେଇଥିଲେ। ତେବେ ଅଫିସ କାର୍ଯ୍ୟରେ ଯାଇଥିବା ଜଣେ ଅଧିକାରିଣୀ ଖାଇବାକୁ ଯାଇ କାହିଁକି ଆତ୍ମହତ୍ୟା କଲେ ତାକୁ ନେଇ ବିଭିନ୍ନ ଆଲୋଚନା ହେଉଥିବା ବେଳେ ଭାଜପା ଏବଂ କଂଗ୍ରେସ ପକ୍ଷରୁ ସିବିଆଇ ତଦନ୍ତ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri