ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ହେଉ, ନଚେତ ବିଧାନସଭା ଅଚଳ କରିଦିଆଯିବ: ଭାଜପା

ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାର ସୁପାରିଶ କରନ୍ତୁ। ନଚେତ ବିଧାନସଭା ଅଚଳ କରିଦିଆଯିବ। ଏଭଳି ଚେତାବନୀ ଦେଇଛନ୍ତି ବିରୋଧି ଦଳ ନେତା ପ୍ରଦୀପ୍ତ ନାୟକ। ଭାଜପା ଶୁକ୍ରବାର ସ୍ମିତାରାଣୀଙ୍କ ପରିବାରଲୋକଙ୍କୁ ଭେଟିବା ପରେ ଶନିବାର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରି ସେ ଏଭଳି ଉକ୍ତି ରଖିଛନ୍ତି ।

ସେ କହିଛନ୍ତି, ମହିଳା କମିଶନ ଘଟଣାସ୍ଥଳକୁ ଯାଇଥିଲେ ବି ଆଶ୍ଚର୍ଯ୍ୟଜନକ ଭାବେ ମୃତା ସ୍ମିତାରାଣୀଙ୍କ ପରିବାରଲୋକଙ୍କୁ ଭେଟିନାହାନ୍ତି। କେବଳ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ଆଉ ୪ଜଣଙ୍କୁ ପୋଲିସ ଗିରଫ କରିନାହିଁ। ଅପରପକ୍ଷେ ସ୍ମିତାଙ୍କ ସ୍ବାମୀ ଏବଂ ଭାଇଙ୍କୁ ଘଣ୍ଟାଘଣ୍ଟା ଧରି ଜେରା କରାଯାଇଛି। ଯେଉଁ ସ୍କର୍ପିଓରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା ତାହା ସିଲ କରାଯାଇନାହିଁ। ସେହିଭଳି ସିସିଟିଭି ଫୁଟେଜ୍‌ ମଧ୍ୟ ନାହିଁ। ଜିଲା ପୋଲିସ ଏବଂ ପ୍ରଶାସନ ତଦନ୍ତ ପ୍ରକ୍ରିୟାକୁ ପ୍ରଭାବିତ କରୁଥିବା ଯୋଗୁ ନ୍ୟାୟ ମିଳିବା ଅସମ୍ଭବ। ଏଣୁ ନିରପେକ୍ଷ ତଦନ୍ତ ପାଇଁ ଏହି ଘଟଣାର ତଦନ୍ତ ଭାର ଦିଆଯାଉ ବୋଲି ସେ କହିଛନ୍ତି। ଏଥିସହ ସ୍ମିତାଙ୍କ ପରିବାର ଭୟଭୀତ ଥିବାରୁ ସେମାନଙ୍କୁ ୨୪ଘଣ୍ଟିଆ ସୁରକ୍ଷା ଦିଆଯାଉ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri