Posted inଜାତୀୟ

ପିଏଚ୍‌ଡି କରୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୨।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ଆଜିକାଲି ଆମେରିକାରେ ତାଙ୍କର ପିଏଚଡି ଥେସିସ୍‌ ଲେଖୁଛନ୍ତି। ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବାର ପ୍ରାୟ ଦୁଇ ମାସ ପରେ ଚାନ୍ନି ମାର୍ଚ୍ଚ ୧୦ରେ ଭାରତ ଛାଡିଥିଲେ। ତାଙ୍କ ଦଳର ସହକର୍ମୀମାନେ ମଧ୍ୟ ଚାନୀଙ୍କ ଭବିଷ୍ୟତ ଯୋଜନା ବିଷୟରେ ଜାଣି ନ ଥିଲେ।
୨୦୦୪ ମସିହାରୁ ଚାନ୍ନି ‘ଭାରତୀୟ ଜାତୀୟ କଂଗ୍ରେସ କେନ୍ଦ୍ରୀୟ ସଂଗଠନ ଏବଂ ନିର୍ବାଚନ ରଣନୀତି’ ଉପରେ ଦୀର୍ଘ ଦିନ ହେବ ପଞ୍ଜାବ ବିଶ୍ୱବିଦ୍ୟାଳୟରୁ ପିଏଚଡି କରୁଛନ୍ତି। ଚାନ୍ନିଙ୍କ ସାନଭାଇ ମନୋହର ସିଂ କହିଛନ୍ତି, ସେ ସବୁବେଳେ ରାଜନୀତିରେ ବ୍ୟସ୍ତ ଥିଲେ ଏବଂ ଅଧ୍ୟୟନ ପାଇଁ ସମୟ ପାଇ ନ ଥିଲେ। ସେ ବର୍ତ୍ତମାନ ଆମେରିକାରେ ରହି ତାଙ୍କର ପିଏଚଡି ଥେସିସ ପ୍ରସ୍ତୁତ କରୁଛନ୍ତି। ସେ ଆସନ୍ତା ମାସରେ ଭାରତ ଫେରିବାକୁ ଯୋଜନା କରିଛନ୍ତି।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୨୦୨୧ରେ ପଞ୍ଜାବର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ହୋଇଥିଲେ ଚରଣଜିତ୍‌ ସିଂ ଚାନ୍ନି। ଚାନ୍ନିଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତ କରିବା ଗାନ୍ଧୀ ପରିବାର ଦ୍ୱାରା ଏକ ମାଷ୍ଟରଷ୍ଟ୍ରୋକ ଭାବରେ ଦେଖାଯାଇଥିଲା। କିନ୍ତୁ ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାସ୍ତ ହୋଇଥିଲା। ଚାନ୍ନି ନିଜେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ଉଭୟ ଆସନରୁ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri