ପିଏନ୍‌ବିରୁ ୩୨ କୋଟି ଠକେଇ ମାମଲା:ଖୋଳତାଡ଼ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଷ୍ଟେଶନ ସ୍କୋୟାର ଶାଖାରୁ ୩୨ କୋଟି ଟଙ୍କା ଠକେଇ ମାମଲାରେ ଖୋଳତାଡ଼ ଚଳାଇଛି ସିବିଆଇ। ଠକେଇର ମୁଖ୍ୟ କୁହାଯାଉଥିବା ଗ୍ଲୋବାଲ ଟ୍ରେଡିଂ ସଲ୍ୟୁସନ ଲିମିଟେଡ୍‌ର ଏମ୍‌ଡି ଅବିନାଶ ମହାନ୍ତିଙ୍କୁ ଗିରଫ କରିବା ପାଇଁ ସିବିଆଇ ଭୁବନେଶ୍ୱର, ଦିଲ୍ଲୀ, କଲିକତାରେ ଚଢ଼ାଉ କରିଛି। ଏପରିକି ତାଙ୍କ ବାସଭବନ ଓ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରିଥିଲେ ମଧ୍ୟ ଅବିନାଶଙ୍କ ସମ୍ପର୍କରେ କିଛି ପତ୍ତା ମିଳିନାହିଁ। ଅନ୍ୟପକ୍ଷରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏହି ଠକେଇର ଯାଞ୍ଚ କରିବ। ଇଡିର ଜଣେ ଅଧିକାରୀ ସିବିଆଇ ମୁଖ୍ୟାଳୟକୁ ଯାଇ ମାମଲା ସମ୍ପର୍କିତ କିଛି ଦସ୍ତାବିଜ ଆଣିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଜଣେ ଅଧିକାରୀଙ୍କୁ ଏନେଇ ପଚାରିବାରୁ ସେ ଏହା ସ୍ବୀକାର କରିଥିଲେ। ମାମଲା ତଦନ୍ତର ଅଧୀନ ଥିବାରୁ କିଛି କହିବା ଠିକ୍‌ ନୁହେଁ ବୋଲି ସେ କହିଥିଲେ। ଏହି ଠକେଇରେ କେଉଁମାନେ ସଂପୃକ୍ତ ଅଛନ୍ତି, କେଉଁମାନଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି ଓ ଠକେଇ ହୋଇଥିବା ଅର୍ଥ ବ୍ୟବସାୟରେ ବିନିଯୋଗ ହୋଇଛି କି ନା, ଇଡି ତାହାର ଯାଞ୍ଚ କରିବ। ଠକେଇ ସମୟରେ ପିଏନ୍‌ବିରେ ଥିବା କେତେକ କର୍ମଚାରୀଙ୍କୁ ମଧ୍ୟ ଇଡି ପଚରାଉଚରା କରିବ। ଏପରିକି ଆର୍ଥିକ ତଦନ୍ତ କ୍ଷେତ୍ରରେ ସିବିଆଇକୁ ଇଡି ସମ୍ପୂର୍ଣ୍ଣ ସହଯୋଗ କରିବ ବୋଲି ଅଧିକାରୀ ଜଣକ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଅବିନାଶ ୨୦୧୦ରେ ଗ୍ଲୋବାଲ ଟ୍ରେଡିଂ ସଲ୍ୟୁସନ ଲିମିଟେଡ୍‌ କମ୍ପାନୀ ଆରମ୍ଭ କରିଥିଲେ। ଏହି କମ୍ପାନୀ ବିଦେଶକୁ ଲୁହାପଥର ରପ୍ତାନି କରୁଥିଲା। ପିଏନ୍‌ବି ଷ୍ଟେଶନ ସ୍କୋୟାର ଶାଖାରୁ ଋଣ ବାବଦରେ ୩୨କୋଟି ଟଙ୍କା ଉଠାଇବା ପରେ କମ୍ପାନୀ ହଠାତ୍‌ ଅନ୍ତର୍ଦ୍ଧାନ ହୋଇଯାଇଥିଲା। ପିଏନ୍‌ବି ସର୍କଲ ମୁଖ୍ୟ ଗଣପତି ଲାଲ ଗତ ୯ ତାରିଖରେ ସିବିଆଇ ଭୁବନେଶ୍ୱର ଶାଖାରେ ଅଭିଯୋଗ କରିଥିଲେ। ଉପରୋକ୍ତ କମ୍ପାନୀର ୫ ଅଧିକାରୀ ଓ ପିଏନ୍‌ବି ଷ୍ଟେଶନ ସ୍କୋୟାର ଶାଖାର ୪ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri