ପିଏମଏଓ୍ବାଇ-ବିପିଜିଏଓ୍ବାଇ ଝଗଡ଼ା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ(ପିଏମଏଓ୍ବାଇ-ଜି) ପାଇଁ କେନ୍ଦ୍ର ସରକାର ପଇସା ଦେଉଛନ୍ତି। ସେହି ଘର ଆଗରେ ବିଜୁ ବାବୁଙ୍କ ଲୋଗୋ କାହିଁକି ଲଗାଯିବ। ଏହାକୁ ନେଇ ଭାଜପା ଘୋର ଆପତ୍ତି ଉଠାଇଛି। ଏ ପ୍ରସଙ୍ଗରେ ବୁଧବାର ମୁଲତବୀ ପ୍ରସ୍ତାବ ଆଣି ବିଧାନସଭାରେ ସରକାରଙ୍କୁ ଘେରିଛନ୍ତି ଭାଜପା। ଭାଜପାର ଅଭିଯୋଗ ହେଉଛି ପିଏମଏଓ୍ବାଇ କେନ୍ଦ୍ର ସରକାରଙ୍କ ଯୋଜନା। ଏଥିପାଇଁ କେନ୍ଦ୍ର ରାଜ୍ୟ ସରକାରଙ୍କୁ ପର୍ଯ୍ୟାପ୍ତ ଅର୍ଥ ଦେଉଛନ୍ତି। ସେଥିରେ ବିଜୁ ବାବୁଙ୍କ ଲୋଗୋ କାହିଁକି ଲାଗିବ। ସରକାର ପ୍ରଥମ ପର୍ଯ୍ୟାୟରେ ପିଏମଏଓ୍ବାଇ ଘର ଆଗରେ ୧୩ ହଜାର ୧୩୧ ଟି ଲୋଗୋ ଲଗାଇବାକୁ ଜିଲା ପ୍ରକଳ୍ପ ନିର୍ଦ୍ଦେଶକମାନଙ୍କୁ ଚିଠି କରାଯାଇଛି। ଯାହାକୁ ଭାଜପା ବିରୋଧ କରୁଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ଏହାର ଜବାବ ରଖିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ଘର ପାଇବାକୁ ଥିବା ଯୋଗ୍ୟ ହିତାଧିକାରୀଙ୍କ ଘର କବାଟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲୋଗୋ ରହିବ। ଯେଉଁ ହିତାଧିକାରୀ ପିଏମ୍‌ଏଓ୍ବାଇ ଘର ପାଇବେ ସେମାନଙ୍କ କବାଟରେ ଉଭୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ବିଜୁ ପକ୍କାଘର ଯୋଜନାର ଲୋଗୋ ଲଗାଯିବ। ଏହାର ସମ୍ପୂର୍ଣ୍ଣ ଯଥାର୍ଥତା ରହିଛି। ପ୍ରଧାନମନ୍ତ୍ରୀ ଆବାସ ଏବଂ ବିଜୁ ପକ୍କାଘର ଯୋଜନାକୁ ମିଶାଇ ଏଥର ବଜେଟ କରାଯାଇଛି। ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବାଂଲା ଆବାସ ଯୋଜନା କରାଯାଇଥିବା ବେଳେ ହିତାଧିକାରୀଙ୍କ ଦୁଆରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଫଟୋ ଲଗାଯାଉଛି। ସିକିମ୍‌ରେ ମଧ୍ୟ ହିତାଧିକାରୀଙ୍କ ଘର ଆଗରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ରହୁଛି। ସେହିପରି ତାମିଲନାଡୁରେ ମଧ୍ୟ ତାଙ୍କ ମୁଖ୍ୟମନ୍ତ୍ରୀଙ୍କ ଫଟୋ ରହୁଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେନ୍ଦ୍ର ସରକାର ୬୦ପ୍ରତିଶତ ଅର୍ଥ ଦେଉଥିବାବେଳେ ରାଜ୍ୟ ସରକାର ୪୦ପ୍ରତିଶତ ଅର୍ଥ ଦେଉଛନ୍ତି। ଏହି ଯୋଜନାକୁ କାର୍ଯ୍ୟକାରୀ କରିବାରେ ସରକାରୀ ଖର୍ଚ୍ଚ ଆହୁରି ୧୦ପ୍ରତିଶତ ଅଧିକ ଲାଗୁଛି। ସେହିପରି ଯେଉଁ ହିତାଧିକାରୀ ୪ ମାସରେ ଘର କାମ ଶେଷ କରୁଛନ୍ତି ସେମାନଙ୍କୁ ରାଜ୍ୟ ସରକାର ୨୦ହଜାର ଟଙ୍କା ବୋନସ ଆକାରରେ ପ୍ରଦାନ କରୁଛନ୍ତି। ଏହାସହ ୬ ମାସରେ ଘର କାମ ସମ୍ପୂର୍ଣ୍ଣ କରିଦେଉଥିବା ହିତାଧିକାରୀଙ୍କୁ ବୋନସ ଆକାରରେ ୧୦ ହଜାର ଟଙ୍କା ପ୍ରଦାନ କରାଯାଉଛି। ଏଥିପାଇଁ ରାଜ୍ୟ ସରକାର ୬୩୮ କୋଟି ଟଙ୍କା ଅଧିକ ଖର୍ଚ୍ଚ କରିସାରିଲେଣି। ଏ ସମସ୍ତ ଖର୍ଚ୍ଚର ଅନୁପାତ ମିଶାଇଲେ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୫୬ ପ୍ରତିଶତ ଅର୍ଥ ପ୍ରଦାନ କରୁଥିବା ମନ୍ତ୍ରୀ କହିଛନ୍ତି।
ଏନ୍‌ଡିଏ ସରକାର କେନ୍ଦ୍ରରେ କ୍ଷମତାକୁ ଆସିବା ପରେ ଇନ୍ଦିରା ଆବାସ ଯୋଜନା ନାମ ବଦଳାଯାଇ ପ୍ରଧାନମନ୍ତ୍ରୀ ଆବାସ କରାଯାଇଛି। ଏକ ନୂଆ ସରକାର ଶାସନ କ୍ଷମତାକୁ ଆସିଲେ ରାଜ୍ୟବାସୀ କିଛି ଉପକାର ପାଇବେ ବୋଲି ଆଶା ଥିଲା। ମାତ୍ର ଏ ସରକାର ଶାସନ କ୍ଷମତାକୁ ଆସିବାପରେ ପୂର୍ବରୁ ଇନ୍ଦିରା ଆବାସ ଯୋଜନାରେ କେନ୍ଦ୍ର ୭୫ପ୍ରତିଶତ ଅର୍ଥ ଦେଉଥିବା ବେଳେ ଏନଡିଏ ସରକାର ତାହାକୁ ୬୦ପ୍ରତିଶତକୁ ଖସାଇ ଦେଲେ। ରାଜ୍ୟ ମୁଣ୍ଡରେ ଅଧିକ ବୋଝ ଲଦିଦେଲେ। ନିୟମାନୁଯାୟୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇବାକୁ ଯେଉଁ ହିତାଧିକାରୀ ସକ୍ଷମ ନ ହେବେ ତାଙ୍କୁ ପକ୍କାଘର ଯୋଗାଇ ଦେବାକୁ ରାଜ୍ୟ ସରକାର ବିଜୁ ପକ୍କାଘର ଯୋଜନା ଆଣିଛନ୍ତି। ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ୩ଲକ୍ଷ ୬୦ ହଜାର ବିଜୁ ପକ୍କାଘର ଦେଇଛନ୍ତି। ରାଜ୍ୟରେ ସର୍ବମୋଟ ୨୫ଲକ୍ଷ ହିତାଧିକାରୀ ପକ୍କାଘର ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?