ପିଏମ୍‌ଏଜିଓ୍ବାଇରେ ୨୦ ଗ୍ରାମ ଚିହ୍ନଟ

ଢେଙ୍କାନାଳ ଅଫିସ, ୧୪।୩

ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲା ଉନ୍ନୟନ ସମନ୍ବୟ ଓ ପର୍ଯ୍ୟାଲୋଚନା କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମହେଶ ସାହୁ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜନପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀ ସମନ୍ବୟ ରକ୍ଷା କରି ଜିଲାର ବିକାଶ ପାଇଁ କାର୍ଯ୍ୟ କରିବାକୁ ସେ ଆହ୍ବାନ ଦେଇଥିଲେ। ଜିଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା (ପିଏମ୍‌ଏଜିଓ୍ବାଇ)ରେ ୨୦ ଗ୍ରାମ ଚିହ୍ନଟ ହୋଇଛି। ଆଗାମୀ ୩ବର୍ଷ ମଧ୍ୟରେ ଯୋଜନା ଅନୁଯାୟୀ ଉକ୍ତ ଗ୍ରାମରେ ସମସ୍ତ କାର୍ଯ୍ୟ ଶେଷ ହେବ। ଡାକଘର ନ ଥିବା ୧୬ ପଞ୍ଚାୟତରେ ଡାକଘର ଖୋଲାଯିବ ବୋଲି ଏମ୍‌ପି ସୂଚନା ଦେଇଛନ୍ତି। ଏଥିସହ ଖରାଦିନେ ସବୁ ଗଁାକୁ ପିଇବା ପାଣି ସୁବିଧା କରିବା, ବର୍ଷାରେ ବିଚ୍ଛିନ୍ନ ହୋଇପଡୁଥିବା ଗ୍ରାମର ରାସ୍ତା ଓ ପୋଲ ମରାମତି କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।
ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କହିଲେ, ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ଯୋଜନାରେ ସାମିଲ କରିବା, କୃଷିକ୍ଷେତ୍ରର ବିକାଶ, ଜଳସେଚନ, ଉପାର୍ଜନ ବୃଦ୍ଧି ଦିଗରେ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଉଛି। ବିଚ୍ଛିନ୍ନାଞ୍ଚଳ ଗୁଡ଼ିକରେ ରାସ୍ତା ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହେବ। ପକ୍କାଗୃହ ନିର୍ମାଣ ଯୋଜନାରେ ଢେଙ୍କାନାଳ ସାରା ରାଜ୍ୟରେ ୩ୟ ସ୍ଥାନ ହାସଲ କରିଛି। ମାର୍ଚ୍ଚ ଶେଷ ସୁଦ୍ଧା ହିତାଧିକାରୀମାନେ ଅସମ୍ପୂର୍ଣ୍ଣ ଘର କାମ ନ ସାରିଲେ ପୂର୍ଣ୍ଣ ଅନୁଦାନ ମିଳିବ ନାହିଁ। ବକେୟା ଦେୟ ପାଇଁ କୌଣସି ପରିସ୍ଥିତିରେ ଜଳଯୋଗାଣ ସଂସ୍ଥାର ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ନ କରିବାକୁ ଜିଲାପାଳ ସେସୁ ଓ ଏନ୍‌ଜେନ୍‌ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗର ୪୮ ଘଣ୍ଟା ମଧ୍ୟରେ ନଳକୂଅ ମରାମତି କରିବାକୁ ସେ ବିଡିଓଙ୍କୁ ତାଗିଦ୍‌ କରିଛନ୍ତି।
ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ୧୦୦% ସଫଳତା, ଖାଦ୍ୟ ସୁରକ୍ଷା ଯୋଜନାରୁ ଅଯୋଗ୍ୟଙ୍କୁ ବାଦ୍‌ ଦେଇ ଯୋଗ୍ୟଙ୍କୁ ସାମିଲ କରିବା, ସମଗ୍ର ଶିକ୍ଷା ଅଭିଯାନରେ ହାଇସ୍କୁଲ ଗୃହ ନିର୍ମାଣ, ଜାତୀୟ ସ୍ବାସ୍ଥ୍ୟ ମିଶନର କାର୍ଯ୍ୟକାରିତା, ମଧ୍ୟାହ୍ନ ଭୋଜନର ଗୁଣବତ୍ତା ବୃଦ୍ଧି, ଅଙ୍ଗନଓ୍ବାଡି କେନ୍ଦ୍ର କାର୍ଯ୍ୟଶୈଳୀ, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା, ସହରାଞ୍ଚଳରେ ପକ୍କାଗୃହ ନିର୍ମାଣ, ସ୍ବଚ୍ଛଭାରତ ଅଭିଯାନ, ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟର ଅଗ୍ରଗତି, ଗ୍ରାମୀଣ କୌଶଳ ଯୋଜନା, ଜାତୀୟ ସାମାଜିକ ସହାୟତା ଯୋଜନା, ବିଏସ୍‌ଏନ୍‌ଏଲ୍‌ ଯୋଗାଯୋଗ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଥିଲା। କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଜନହିତକର ଯୋଜନାର ସମୋୟଚିତ ସଫଳତା ପାଇଁ ଆୟୋଜିତ ଏହି ବୈଠକରେ ଜିଲା ପରିଷଦ ଅଧ୍ୟକ୍ଷା ମିନତି ନାୟକଙ୍କ ସମେତ ଜିଲା ପରିଷଦ ସଭ୍ୟାସଭ୍ୟ, ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri