ପିଏମ୍‌ଏୱାଇ ଆଫୋର୍ଡେବଲ ହାଉସିଂ ସ୍କିମ୍‌ : ହିତାଧିକାରୀଙ୍କୁ ଗୃହ ନ ମିଳିବା ଚେତାବନୀ

ବ୍ରହ୍ମପୁର ଅଫିସ,୯ା୧୧-ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ) ଅନ୍ତର୍ଗତ ଆଫୋର୍ଡେବଲ ହାଉସିଂ ସ୍କିମ୍‌ରେ ଘର ପାଇବାକୁ ମନୋନୀତ ହୋଇଥିବା ହିତାଧିକାରୀଙ୍କୁ ଗୃହ ମିଳିବ ନାହିଁ ବୋଲି କେତେକ ପ୍ରଶାସନିକ ଅଧିକାରୀ ହିତାଧିକାରୀଙ୍କୁ ଚେତାବନୀ ଦେଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରିଛନ୍ତି, ବ୍ରହ୍ମପୁର ମହାନଗର ନିଗମ ୧୭ ନଂ. ୱାର୍ଡର ହିତାଧିକାରୀମାନେ ା
ଏନେଇ ଶୁକ୍ରବାର ଜିଲା ଭାଜପା ମହିଳାମୋର୍ଚ୍ଚା ସାଧାରଣ ସମ୍ପାଦିକା ଏସ୍‌. ରାଣୀ ଓ ଭାଜପା ଗେଟବଜାର ମଣ୍ଡଳ ସଭାପତି ଏସ୍‌. ଶ୍ରୀନିବାସ ରାଓଙ୍କ ନେତୃତ୍ୱରେ ହିତାଧିକାରୀମାନେ ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ନିକଟରେ ଅଭିଯୋଗ କରିଛନ୍ତି ା ଅଭିଯୋଗ ପ୍ରକାରେ, ଗତ ଦେଢବର୍ଷ ପୂର୍ବେ ପିଏମ୍‌ଏୱାଇ ଅନ୍ତର୍ଗତ ଆଫୋର୍ଡେବଲ ହାଉସିଂ ସ୍କିମ୍‌ରେ ପ୍ରାୟ ୨୦୦ ହିତାଧିକାରୀ ଘର ପାଇବାକୁ ମନୋନୀତ ହୋଇଛନ୍ତି। ଟୋକନ ନମ୍ବର ମଧ୍ୟ ସେମାନେ ପାଇଛନ୍ତି। କିନ୍ତୁ ବିଏମ୍‌ସି ଅଞ୍ଚଳରେ ହେଉଥିବା ପିଏମ୍‌ଏୱାଇ ସର୍ଭେର କେତେକ ପ୍ରଶାସନିକ ଅଧିକାରୀମାନେ ପୂର୍ବରୁ ମନୋନୀତ ହିତାଧିକାରୀଙ୍କୁ ଘର ମିଳିବ ନାହିଁ ବୋଲି ଭୟଭୀତ କରାଉଥିବା ହିତାଧିକାରୀମାନେ କହିଛନ୍ତି। ଏନେଇ କୌଣସି ଭୟଭୀତ ହେବାର କାରଣ ନାହିଁ ା
ପୂର୍ବରୁ ମନୋନୀତ ତଥା ଟୋକେନ ନମ୍ବର ପାଇଥିବା ସମସ୍ତ ହିତାଧିକାରୀଙ୍କୁ ଉକ୍ତ ଯୋଜନାରେ ଘର ଦିଆଯିବ ବୋଲି କମିଶନର ରାଠୋର ପ୍ରତିଶ୍ରୁତି ଦେଇଥିଲେ ା
ଅନ୍ୟମାନଙ୍କ ମଧ୍ୟରେ ଗେଟବଜାର ମଣ୍ଡଳ ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ କନି ଦାଶ, ଗେଟବଜାର ମଣ୍ଡଳର ସମ୍ପାଦକ ଜେ. ଗଣେଶ, ସତୀଶ କୁମାରଙ୍କ ସମେତ ୱାର୍ଡର ପ୍ରାୟ ୫୦ ହିତାଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ

ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri