ପିଏମ୍‌ଏୱାଇ ଯୋଜନାରେ ସମସ୍ତଙ୍କୁ ଘର ପ୍ରଦାନ ପାଇଁ ସିଏଚସି କେନ୍ଦ୍ରର ଶୁଭାରମ୍ଭ

ମାଲକାନଗିରି,୨୧।୧(ଡି.ଏନ.ଏ): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ଏମ.ଭି-୪୩ ଗ୍ରାମରେ ଜିଲାର ସମସ୍ତ ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ସହରାଞ୍ଚଳର ସମସ୍ତଙ୍କ ପାଇଁ ଘର ପ୍ରଦାନ ଲାଗି ଏକ ଗ୍ରାହକ ସେବାକେନ୍ଦ୍ରର ଶୁଭାରମ୍ଭ ହୋଇଛି। ଏହାକୁ ମାଲକାନଗିରି ବିଧାୟକ ଆଦିତ୍ୟ ମାଡ଼ି ଉଦଘାଟନ କରିଛନ୍ତି। ସେବାକେନ୍ଦ୍ରର ମୁଖ୍ୟ ସୁବାସ ଗୋଲଦାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଘାଟନ ଉସତ୍ବରେ ଅନ୍ୟମାନଙ୍କ ମଧ୍ୟରେ ମାଲକାନଗିରି ପୌର ପରିଷଦର ନିର୍ବାହୀ ଅଧିକାରୀ ଏମ.ନୀଳକଣ୍ଠ ନାଇଡୁ, ଚ୍ୟାନେଲ ପାର୍ଟନର ନିରନ ମହାପାତ୍ର ଯୋଗଦେଇ କେନ୍ଦ୍ର ସରକାରଙ୍କ ସମସ୍ତ ଗରିବଙ୍କ ପାଇଁ ଘର ଯୋଜନା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏହା ଏକ ଅଂଶ ବିଶେଷ ବୋଲି କହିବା ସହ ସମସ୍ତ ଗରିବଙ୍କୁ କମ ଅର୍ଥରେ ଏନ.ଏ.ସି.ଏସ. କମ୍ପାନୀ ପକ୍ଷରୁ ସହରାଞ୍ଚଳରେ ଉନ୍ନତମାନର ଆବାସ ଗୃହ ଏହି ଯୋଜନାରେ ଯୋଗାଇ ଦିଆଯିବ ଓ ଏଥିପାଇଁ କୌଣସି ସୁଧ ଦେବାକୁ ମଧ୍ୟ ପଡ଼ିବ ନାହିଁ ବୋଲି କହିଥିଲେ ା ଏହି ଆପାର୍ଟମେଣ୍ଟରେ ଗ୍ରାହକଙ୍କ ପାଇଁ ଜିମ, କ୍ଲବ, ବ୍ୟାଡମିଣ୍ଟନ ପଡ଼ିଆ, ସନ୍ତରଣ, ପାଠାଗାର, ଉଦ୍ୟାନ ଭଳି ସୁବିଧା ରହିବ ବୋଲି କହିଥିଲୋ ଇଚ୍ଛୁକ ଗ୍ରାହକମାନେ ଏହି କେନ୍ଦ୍ର ଜରିଆରେ ଆବେଦନ କରିପାରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ…

ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ

ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍‌ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ…

ଚଣ୍ଡାଳମୁଣ୍ଡାର ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ପୂର୍ବତନ ସରପଞ୍ଚଙ୍କ ସମେତ ୧୩ ଗିରଫ

ନନ୍ଦପୁର,୧।୯(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ଓ ନନ୍ଦପୁର ଥାନା ପୋଲିସର ମିଳିତ ଦଳ କୁମାରଗନ୍ଧନା ପଞ୍ଚାୟତ ଚଣ୍ଡାଳମୁଣ୍ଡା ଗ୍ରାମର ନୀଳଗିରି ବାଡ଼ରେ ଚାଲିଥିବା ଜୁଆ ଆଡ୍ଡା…

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri