ପିଏସ୍‌ସି ପକ୍ଷରୁ ବିଭିନ୍ନ ରେଳଷ୍ଟେଶନ ପରିଦର୍ଶନ: ଅନୁଧ୍ୟାନ କଲେ ଯାତ୍ରୀଙ୍କ ସେବା

ଜଟଣୀ, ୧୮ା୭(ଡି.ଏନ.ଏ.):ରେଲୱେ ବୋର୍ଡର ପାସେଞ୍ଜର ସର୍ଭିସ କମିଟି(ପିଏସ୍‌ସି) ବୁଧବାର ଖୋର୍ଦ୍ଧାରୋଡ଼, ପୁରୀ, ଭୁବନେଶ୍ୱର ରେଳଷ୍ଟେଶନ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ଯାତ୍ରୀଙ୍କ ସହିତ କଥାବାର୍ତ୍ତା ହୋଇ ବିଭିନ୍ନ ସମସ୍ୟା ଉପରେ ବୁଝିଥିଲେ। ଏଥିସହ ଖାଦ୍ୟ ଷ୍ଟଲ, ଭୋଜନ ବ୍ୟବସ୍ଥା, ପାନୀୟ ଜଳର ସୁବିଧା ଆଦି ସେବା ଯାତ୍ରୀଙ୍କୁ ଠିକ୍‌ ଭାବେ ଉପଲବ୍ଧ ହେଉଛି କି ନାହିଁ କମିଟି ସଦସ୍ୟମାନେ ଅନୁଧ୍ୟାନ କରିଥିଲେ। କମିଟିର ଚେୟାରମ୍ୟାନ ରମେଶ ଚନ୍ଦ୍ର ରତନଙ୍କ ନେତୃତ୍ୱରେ ପଞ୍ଚାନନ ରାଉତ, ବିଷ୍ଣୁପ୍ରସାଦ ଦାସ, ସତ୍ୟବ୍ରତ ଦତ୍ତ, ଭେଙ୍କଟ ରମଣୀ, ରାଜୀବ କୁମାର ଶର୍ମା ପ୍ରମୁଖ ସଦସ୍ୟ ପରିଦର୍ଶନ କରି ନିରୀକ୍ଷଣ କରିଥିଲେ। ପରେ ଜଟଣୀସ୍ଥିତ ଖୋର୍ଦ୍ଧାରୋଡ଼ ରେଳ ଡିଭିଜନ ମୁଖ୍ୟଦପ୍ତର ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଡିଭିଜନର ଡିଆର୍‌ଏମ୍‌ ଏମ.କେ. ପୋଦାର, ଏଡିଆରଏମ୍‌ ରାଜକୁମାରଙ୍କ ସମେତ ଡିଭିଜନର ବିଭିନ୍ନ ବିଭାଗ ଅଧିକାରୀ ଉପସ୍ଥିତ ରହିଥିଲେ। ବିଭିନ୍ନ ଷ୍ଟେଶନରେ ସିସିଟିଭି ବ୍ୟବସ୍ଥା, ଉତ୍କୃଷ୍ଟମାନର ପାନୀୟ ଜଳ ଓ ଯାତ୍ରୀସେବା ସହ ଜଡ଼ିତ ଅନ୍ୟାନ୍ୟ ସୁବିଧା ପ୍ରଦାନ ଉପରେ କମିଟି ପକ୍ଷରୁ ପରାମର୍ଶ ଦିଆଯାଇଥିଲା। ଯାତ୍ରୀଙ୍କ ସେବାକୁ ଅଧିକ ଗୁରୁତ୍ୱ ଓ ଅଗ୍ରାଧିକାର ଦିଆଯାଉଥିବା ଡିଆରଏମ୍‌ ପୋଦାର ଆଲୋଚନା ସମୟରେ କହିଥିଲେ। ଏହି କମିଟି ୧୯ ତାରିଖ ପର୍ଯ୍ୟନ୍ତ ଖୋର୍ଦ୍ଧାରୋଡ଼ ଡିଭିଜନର ବିଭିନ୍ନ ଷ୍ଟେଶନ ପରିଦର୍ଶନ କରି ଯାତ୍ରୀଙ୍କ ସୁବିଧା ଅନୁଧ୍ୟାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri