ପିଓକେରେ ପାକିସ୍ତାନର ବର୍ବରତା: ବିକ୍ଷୋଭବେଳେ ଲାଠିମାଡ଼; ୨ ମୃତ, ୮୦ ଆହତ

ମୁଜାଫରାବାଦ,୨୩ା୧୦: ପାକ୍‌-ଅଧିକୃତ କଶ୍ମୀର(ପିଓକେ)ରେ ଇସ୍‌ଲାମାବାଦର ବର୍ବରତା ସୀମା ଟିପିଛି। ପିଓକେ ରାଜଧାନୀ ମୁଜାଫରାବାଦରେ ମଙ୍ଗଳବାର ସ୍ବାଧୀନତା ସପକ୍ଷରେ ଆୟୋଜିତ ଏକ ଶୋଭାଯାତ୍ରା ବେଳେ ପୋଲିସ ଲାଠିମାଡ଼ କରିଛି। ଏଥିରେ ୨ ଜଣଙ୍କ ଜୀବନ ଯାଇଥିବାବେଳେ ୮୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।
ଅକ୍ଟୋବର ୨୨ରେ ପାକିସ୍ତାନୀ ସେନା ଜମ୍ମୁ-କଶ୍ମୀର ଉପରେ ଆକ୍ରମଣ କରି ଏହାର ଏକ ଅଂଶକୁ ଦଖଲ କରିଥିଲା, ଯାହାକୁ ପିଓକେ ବୋଲି କୁହାଯାଉଛି। ସେବେଠୁ ପିଓକେ ଏବଂ ଗିଲ୍‌ଗିଟ୍‌ ବାଲତିସ୍ତାନବାସୀ ପ୍ରତିବର୍ଷ ଅକ୍ଟୋବର ୨୨କୁ କଳାଦିବସ ଭାବେ ପାଳନ କରିଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଅଲ୍‌ ଇଣ୍ଡିପେଣ୍ଡେଣ୍ଟ ପାର୍ଟିଜ୍‌ ଆଲାଏନ୍ସ (ଏଆଇପିଏ) ବ୍ୟାନରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସମ୍ପୃକ୍ତ ଭୂଖଣ୍ଡକୁ ପାକିସ୍ତାନ କବଳରୁ ମୁକ୍ତ କରିବା ପାଇଁ ସ୍ଥାନୀୟ ଲୋକେ ମଙ୍ଗଳବାର ଶୋଭାଯାତ୍ରା କରୁଥିବାବେଳେ ପୋଲିସ ସେମାନଙ୍କୁ ଘଉଡ଼ାଇବାକୁ ଯାଇ ଲାଠି ଚଳାଇଛି। ଲାଠିମାଡ଼ରେ ୨ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି। ଜଣେ ବିକ୍ଷୋଭକାରୀ କହିଛନ୍ତି, ଆମେ ଶାନ୍ତିପୂର୍ଣ୍ଣ ଭାବେ ୭୨ତମ ଆକ୍ରମଣ ଦିବସ ପାଳନ କରୁଥିଲୁ। ପୋଲିସ ଲୁହବୁହା ବାଷ୍ପ ପ୍ରୟୋଗ କରି ଲାଠିଚାର୍ଜ କରିଛି। ପ୍ରଶାସନ ଏପରି ଅଭିମୁଖ୍ୟ ଦେଖାଇଲେ ଆମେ କୌଣସି ସ୍ତରକୁ ବି ଯାଇପାରୁ। କାରଣ ଆମ ସ୍ବରକୁ ଶୁଣାଯାଉ ବୋଲି ଆମେ ଚାହୁଁ। ପ୍ରକାଶ ଯେ, ଗତବର୍ଷ ଅକ୍ଟୋବର ୨୨ରେ ମଧ୍ୟ ମୁଜାଫରାବାଦ, କୋଟ୍‌ଲି, ଗିଲ୍‌ଗିଟ, ରାଓ୍ବଲପିଣ୍ଡି ଓ ଅନ୍ୟ କେତେକ ଅଞ୍ଚଳରେ ଅନୁରୂପ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?