Posted inଜାତୀୟ

ପିଓକେରେ ଭୂକମ୍ପ: ୧୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ୩୦୦ରୁ ଊର୍ଦ୍ଧ୍ୱ ଆହତ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୨୪ା୯(ପି.ଟି.)- ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ମଙ୍ଗଳବାର ଅପରାହ୍ନରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ୫.୮ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ରାଜଧାନୀ ଇସ୍‌ଲାମାବାଦ ସମେତ ପାକିସ୍ତାନର ଉତ୍ତରଭାଗର ଅନେକ ଅଞ୍ଚଳ ଥରିଉଠିଛି। ଏଥିରେ ଅନୂ୍ୟନ ୧୯ ଜଣ ପ୍ରାଣ ହରାଇଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ୮ରୁ ୧୦ ସେକେଣ୍ଡ ଧରି ଅନୁଭୂତ ହୋଇଥିବା ଭୂକମ୍ପର କେନ୍ଦ୍ରସ୍ଥଳ ପିଓକେର ନ୍ୟୁ ମିରପୁର ବୋଲି ଆମେରିକାର ଜିଓଲୋଜିକାଲ ସର୍ଭେ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଏହି ଭୂକମ୍ପର ପ୍ରଭାବ ଦିଲ୍ଲୀ-ଏନ୍‌ସିଆର୍‌ ସମେତ ଉତ୍ତର ଭାରତର କେତେକେ ଅଞ୍ଚଳରେ ମଧ୍ୟ ଅନୁଭୂତ ହୋଇଛି।

ପାକିସ୍ତାନ ପାଣିପାଗ ବିଭାଗର ଆର୍ଥକ୍ୱେକ୍‌ ସେଣ୍ଟର ପକ୍ଷରୁ କୁହାଯାଇଛି ଯେ, ଅପରାହ୍ନ ୪ଟା ପରେ ୫.୮ ତୀବ୍ରତା ବିଶିଷ୍ଟ ଭୂକମ୍ପ ପଞ୍ଜାବ ପ୍ରଦେଶର ପାର୍ବତ୍ୟ ସହର ଝେଲମରେ ପ୍ରଥମେ ଅନୁଭୂତ ହୋଇଥିଲା। ଏହାର ଗଭୀରତା ଥିଲା ୧୦ କି.ମି.। ତେବେ ଭୂକମ୍ପର ତୀବ୍ରତା ୭.୧ ବୋଲି ପାକିସ୍ତାନର ବିଜ୍ଞାନ ମନ୍ତ୍ରୀ ଫଓ୍ବାଦ୍‌ ଚୌଧ୍‌ରୀ ସୂଚନା ଦେଇଛନ୍ତି। ପିଓକେର ମିରପୁର ପୋଲିସ ଡିଆଇଜି କହିଛନ୍ତି, ଶକ୍ତିଶାଳୀ ଭୂକମ୍ପ ଯୋଗୁ ମିରପୁର ଓ ଏହାର ଆଖପାଖ ଅଞ୍ଚଳର ବହୁ ଘରଦ୍ୱାର ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଲୋକେ ଭୟରେ ଘରୁ ବାହାରିଯାଇଛନ୍ତି। ରାସ୍ତାଗୁଡ଼ିକ ଫାଟି ଆଁ କରିଛି। ଏଥିରେ ୧୦ ଜଣ ପ୍ରାଣ ହରାଇଛନ୍ତି। ୩୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହସ୍ପିଟାଲଗୁଡ଼ିକରେ ଜରୁରିକାଳୀନ ପରିସ୍ଥିତି ଘୋଷଣା କରାଯାଇଛି। ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ସ୍ଥାନୀୟ ପ୍ରଶାସନକୁ ପାକିସ୍ତାନୀ ସେନାମୁଖ୍ୟ ଜେନେରାଲ କମାର ଜାଭେଦ୍‌ ବାଜ୍‌ଓ୍ବା ନିର୍ଦ୍ଦେଶ ଦେଇଛନ୍ତି। ସେନା ପକ୍ଷରୁ ହେଲିକପ୍ଟରରେ ମେଡିକାଲ୍‌ ଟିମ୍‌କୁ ବିଭିନ୍ନ ସ୍ଥାନକୁ ପଠାଯାଇଛି। ପ୍ରକୃତରେ କେତେ ଧନଜୀବନ ନଷ୍ଟ ହୋଇଛି ସେନେଇ ଆକଳନ କରାଯାଉଛି ବୋଲି ପାକିସ୍ତାନର ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଅଧ୍ୟକ୍ଷ ଲ୍ୟୁଟ୍‌ନାଣ୍ଟ ଜେନେରାଲ ମହମ୍ମଦ ଅଫ୍‌ଜଲ୍‌ କହିଛନ୍ତି। ଇସ୍‌ଲାମାବାଦ ସମେତ ପେଶାଓ୍ବର, ରାଓ୍ବଲପିଣ୍ଡି, ଲାହୋର, ସ୍କାର୍ଦୁ, କୋହାଟ, ଚର୍ସାଦ୍ଦା, କସୁର, ଫୈସଲାବାଦ, ଗୁଜରାଟ, ସିଆଲକୋଟ, ଅବୋଟ୍ଟାବାଦ, ମନସେରା, ଚିତ୍ରାଲ, ମାଲାକଣ୍ଡ, ମୁଲତାନ, ଶାଙ୍ଗଲା, ଓକାରା, ନୌସେରା, ଆଟ୍ଟୋକ ଓ ଝାଙ୍ଗ୍‌ରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?