Posted inଜାତୀୟ

ପିଓକେରେ ୩ ଶହ ଆତଙ୍କବାଦୀଙ୍କୁ ଏକତ୍ରିତ କରିଛି ପାକିସ୍ତାନ ସୈନ୍ୟ ବାହିନୀ: ଗୋଇନ୍ଦା ରିପୋର୍ଟ

ଶ୍ରୀନଗର,୨୫।୬: ପାକ୍‌ ଅଧିକୃତ କଶ୍ମୀର(ପିଓକେ)ରେ ପୁଣି ପାକିସ୍ତାନ ସୈନ୍ୟ ବାହିନୀ ଆରମ୍ଭ କରିଛି ଆତଙ୍କବାଦୀ ଅନୁପ୍ରବେଶ ପ୍ରସ୍ତୁତି। ଏଠାରେଥିବା ୧୧ଟି ଲଞ୍ଚ୍‌ପ୍ୟାଡ୍‌ରେ ୩ ଶହରୁ ଅଧିକ ଆତଙ୍କବାଦୀଙ୍କୁ ଏକତ୍ରିତ କରାଯାଇଛି। ସୁଯୋଗ ଦେଖି ଭାରତରେ ଅନୁପ୍ରବେଶ ପାଇଁ ଆତଙ୍କବାଦୀମାନେ ଯୋଜନା କରୁଛନ୍ତି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ନିୟନ୍ତ୍ରଣ ରେଖାର ପୁଞ୍ଚ୍‌ ଏବଂ ନୌଶେରା ସେକ୍ଟରରେ ଅଧିକ ଆତଙ୍କବାଦୀଙ୍କୁ ଏକତ୍ରିତ କରାଯାଇଛି। ଏସବୁ ଲଞ୍ଚ୍‌ ପ୍ୟାଡ୍‌ରେ ଲଶ୍କର-ଇ-ତୋଏବା, ଅଲ୍‌ ବଦର ଏବଂ ଜୈଶ୍‌-ଇ-ମହମ୍ମଦ୍‌ ସଂଗଠନର ତାଲିମପ୍ରାପ୍ତ ଆତଙ୍କବାଦୀଙ୍କୁ ଏକତ୍ରିତ କରାଯାଇଥିବା ଗୋଇନ୍ଦା ରିପୋର୍ଟରେ ଦର୍ଶାଯାଇଛି। ପୁଞ୍ଚ୍‌ରେ ୫୧ ଆତଙ୍କବାଦୀଙ୍କୁ ଏକତ୍ରିତ କରାଯାଇଥିବାବେଳେ ନୌଶେରା ସେକ୍ଟରରେ ୫୩ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଛନ୍ତି। ସେହିପରି ସେକ୍ଟରରେ ୧୪, ତଙ୍ଗଧାରରେ ୧୯, କେରନ୍‌ରେ ୧୪, ଉରିରେ ୨୫, ନୌଗାମ୍‌ରେ ୨୫ ଏବଂ ଗୁଲମାର୍ଗର ସଟେ ସେକ୍ଟରରେ ୩୪ ଆତଙ୍କବାଦୀ ଆଇଏସ୍‌ଆଇ ଇଶାରାକୁ ଚାହିଁ ବସିଛନ୍ତି। ସାମ୍ବା ସେକ୍ଟରରେ ୯ ଏବଂ ରାମଗଢ଼ ସେକ୍ଟରରେ ୧୫ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ଲାଗି ଯୋଜନା ପ୍ରସ୍ତୁତ କରୁଥିବା ରିପୋର୍ଟରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି)...

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri