Posted inଜାତୀୟ

ପିଓକେ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୩-୯(ପି.ଟି./ଆଇଏଏନ୍‌ଏସ୍‌):ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)କୁ ଭାରତକୁ ଫେରାଇ ଆଣିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ଏଥିଲାଗି ଭାରତୀୟ ସେନା ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇରହିଛି। ଏନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେବେ। ସରକାରଙ୍କ ନିଷ୍ପତ୍ତି ମିଳିବା ମାତ୍ରେ ପାକିସ୍ତାନ ପଞ୍ଝାରୁ ପିଓକେକୁ ଛଡ଼ାଇଅଣାଯିବ ବୋଲି ଗୁରୁବାର ସ୍ଥଳ ସେନାମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତ୍‌ ସ୍ପଷ୍ଟ କରିଛନ୍ତି। ଫଳରେ ପିଓକେ ହାତରୁ ଖସିଯିବା ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଭୟ ଓ ଆଶଙ୍କା ଏବେ ଦୃଢ଼ୀଭୂତ ହେବାରେ ଲାଗିଛି।
ପିଓକେକୁ ଫେରାଇଆଣି ଭାରତର ଅଂଶ ଭାବେ ମାନଚିତ୍ରରେ ସ୍ଥାନିତ କରିବା କେନ୍ଦ୍ର ସରକାରଙ୍କ ପରବର୍ତ୍ତୀ କାର୍ଯ୍ୟସୂଚୀ ବୋଲି ବୁଧବାର ମୋଦି ସରକାରଙ୍କ ୧୦୦ ଦିନର ସଫଳତା ନେଇ ଗଣମାଧ୍ୟମକୁ ଅବଗତ କରାଇବାବେଳେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଥିଲେ। ଖବରଦାତାଙ୍କ ଏ ସମ୍ପର୍କିତ ପ୍ରଶ୍ନର ଉତ୍ତରରେ ଗୁରୁବାର ଜେନେରାଲ ରାଓ୍ବତ୍‌ କହିଛନ୍ତି, ପିଓକେ ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେବେ। ସରକାରଙ୍କ ନିର୍ଦ୍ଦେଶକୁ ସଂସ୍ଥାଗୁଡ଼ିକ କାର୍ଯ୍ୟକାରୀ କରିବେ। ସେନା ସବୁ ପ୍ରକାର ପଦକ୍ଷେପ ପାଇଁ ପ୍ରସ୍ତୁତ ବୋଲି କହିଛନ୍ତି। ସେହିପରି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ଜମ୍ମୁ-କଶ୍ମୀରକୁ ଭାରତର ଏକ ରାଜ୍ୟ ଭାବେ ଜାତିସଂଘ ମାନବାଧିକାର ପରିଷଦ ଅଧିବେଶନରେ କହିବା ନେଇ ରାଓ୍ବତ୍‌ଙ୍କ ପ୍ରତିକ୍ରିୟା ଲୋଡ଼ାଯାଇଥିଲା। ରାଓ୍ବତ୍‌ କହିଛନ୍ତି, ଏହି ବାସ୍ତବତାକୁ ପାକିସ୍ତାନ ସ୍ବୀକାର କରିଥିବାରୁ ଆମେ ଖୁସି। ଅନୁଚ୍ଛେଦ ୩୭୦ ହଟାଯିବା ନିଷ୍ପତ୍ତି ଜମ୍ମୁ-କଶ୍ମୀର ହିତରେ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri