Posted inଜାତୀୟ

ପିଓକେ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୩-୯(ପି.ଟି./ଆଇଏଏନ୍‌ଏସ୍‌):ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)କୁ ଭାରତକୁ ଫେରାଇ ଆଣିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ଏଥିଲାଗି ଭାରତୀୟ ସେନା ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇରହିଛି। ଏନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେବେ। ସରକାରଙ୍କ ନିଷ୍ପତ୍ତି ମିଳିବା ମାତ୍ରେ ପାକିସ୍ତାନ ପଞ୍ଝାରୁ ପିଓକେକୁ ଛଡ଼ାଇଅଣାଯିବ ବୋଲି ଗୁରୁବାର ସ୍ଥଳ ସେନାମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତ୍‌ ସ୍ପଷ୍ଟ କରିଛନ୍ତି। ଫଳରେ ପିଓକେ ହାତରୁ ଖସିଯିବା ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଭୟ ଓ ଆଶଙ୍କା ଏବେ ଦୃଢ଼ୀଭୂତ ହେବାରେ ଲାଗିଛି।
ପିଓକେକୁ ଫେରାଇଆଣି ଭାରତର ଅଂଶ ଭାବେ ମାନଚିତ୍ରରେ ସ୍ଥାନିତ କରିବା କେନ୍ଦ୍ର ସରକାରଙ୍କ ପରବର୍ତ୍ତୀ କାର୍ଯ୍ୟସୂଚୀ ବୋଲି ବୁଧବାର ମୋଦି ସରକାରଙ୍କ ୧୦୦ ଦିନର ସଫଳତା ନେଇ ଗଣମାଧ୍ୟମକୁ ଅବଗତ କରାଇବାବେଳେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଥିଲେ। ଖବରଦାତାଙ୍କ ଏ ସମ୍ପର୍କିତ ପ୍ରଶ୍ନର ଉତ୍ତରରେ ଗୁରୁବାର ଜେନେରାଲ ରାଓ୍ବତ୍‌ କହିଛନ୍ତି, ପିଓକେ ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେବେ। ସରକାରଙ୍କ ନିର୍ଦ୍ଦେଶକୁ ସଂସ୍ଥାଗୁଡ଼ିକ କାର୍ଯ୍ୟକାରୀ କରିବେ। ସେନା ସବୁ ପ୍ରକାର ପଦକ୍ଷେପ ପାଇଁ ପ୍ରସ୍ତୁତ ବୋଲି କହିଛନ୍ତି। ସେହିପରି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ଜମ୍ମୁ-କଶ୍ମୀରକୁ ଭାରତର ଏକ ରାଜ୍ୟ ଭାବେ ଜାତିସଂଘ ମାନବାଧିକାର ପରିଷଦ ଅଧିବେଶନରେ କହିବା ନେଇ ରାଓ୍ବତ୍‌ଙ୍କ ପ୍ରତିକ୍ରିୟା ଲୋଡ଼ାଯାଇଥିଲା। ରାଓ୍ବତ୍‌ କହିଛନ୍ତି, ଏହି ବାସ୍ତବତାକୁ ପାକିସ୍ତାନ ସ୍ବୀକାର କରିଥିବାରୁ ଆମେ ଖୁସି। ଅନୁଚ୍ଛେଦ ୩୭୦ ହଟାଯିବା ନିଷ୍ପତ୍ତି ଜମ୍ମୁ-କଶ୍ମୀର ହିତରେ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?