ପିକଅପ୍‌ ଭ୍ୟାନରେ ଚାଲାଣ ହେଉଛି ଗୋମାଂସ; ଦୁର୍ଘଟଣା ପରେ ପଦାକୁ ଆସିଲା

ଜଳେଶ୍ୱର, ୨୮ା୬ (ଡି.ଏନ.ଏ.)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଗୋଚାଲାଣ ଉପରେ ଅଙ୍କୁଶ ଲଗାଯିବା ପରେ ବେପାରୀମାନେ ଏବେ ଗୋମାଂସ ଚାଲାଣ ଭଳି ପନ୍ଥା ଆପଣେଇଛନ୍ତି। କୋଲକାତା ଅଭିମୁଖେ ଯାଉଥିବା ଗୋମାଂସ ବୋଝେଇ ଏକ ପିକ୍‌ଅପ୍‌ ଜଳେଶ୍ୱର ଥାନା ଅଧୀନ ୬୦ ନଂ.ଜାତୀୟ ରାଜପଥର ଚାଲନ୍ତୀ ଓ ସେକ୍‌ସରାଇ ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହେବା ପରେ ଏହି ଘଟଣା ନଜରକୁ ଆସିଛି। ଏହାକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ବଜରଙ୍ଗ ଦଳର କର୍ମୀମାନେ ଥାନାରେ ଲିଖିତ ଅଭିଯୋଗ ଦେବା ପରେ ପୋଲିସ ଏକ ମାମଲା(ନଂ.୧୩୪/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ଶୁକ୍ରବାର ଭୋର ସମୟରେ ଉକ୍ତ ରାସ୍ତାରେ ଏକ ପିକ୍‌ଅପ୍‌ ଭ୍ୟାନ (ନଂ.ଓଡି୦୫କେ-୬୭୪୮) ଏକ କଣ୍ଟେନର (ନଂ.ଟିଏନ୍‌୦୧ବିଏଫ୍‌-୦୩୯୭) କୁ ପଛପଟୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ପିକଅପ୍‌ ଭ୍ୟାନରୁ ରକ୍ତ ମିଶ୍ରିତ ଥଣ୍ଡା ପାଣି ବୋହିବାରୁ ସେଠାରେ ଉପସ୍ଥିତ ଲୋକଙ୍କ ମନରେ ସନ୍ଦେହ ଉପୁଜିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚ ପିକଅପ୍‌ ଭ୍ୟାନକୁ ଯାଞ୍ଚ କରିବା ପରେ ସେଥିରେ ଗୋମାଂସ ଥିବା ଜଣାପଡିଥିଲା। ପିକ୍‌ଅପ୍‌ ଡ୍ରାଇଭର କୌଶଳକ୍ରମେ ଫେରାର ହୋଇଯାଇଥିଲେ। ଗୋମାଂସକୁ ପଲିଥିନରେ ଭର୍ତ୍ତି କରାଯାଇ ବରଫ ଖଣ୍ଡ ଦେଇ ମାଛବୁଝା କ୍ୟାରେଟରେ ସଜାଇ ରଖାଯାଇଥିଲା। ଏଥିରେ ୩୦ରୁ ୪୦ କୁଇଣ୍ଟାଲ ଗୋମାଂସ ଥିବା ଅନୁମାନ କରାଯାଇଛି। ପୋଲିସ ଦୁର୍ଘଟଣାଗ୍ରସ୍ତ କଣ୍ଟେନର ଓ ପିକ୍‌ଅପ୍‌ ଭ୍ୟାନକୁ ଜବତ କରିବା ସହ ଗୋମାଂସକୁ ମାଟିଖୋଳି ପୋତିଦେଇଛି। ସେଥିରୁ କିଛି ନମୁନା ଫରେନ୍‌ସିକ ଲ୍ୟାବକୁ ଯାଞ୍ଚ ନିମନ୍ତେ ପଠାଯାଇଛି ବୋଲି ଆଇଆଇସି ପ୍ରଦୀପ କୁମାର ମାଝି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri