ପିକ୍‌ଅପ୍‌ ଭ୍ୟାନ ଓଲଟି ୭ ଆହତ

ସୋରଡା,୧୩ା୨(ଡି.ଏନ.ଏ.): ସୋରଡା-ଆସିକା ରାସ୍ତା ତତାବାଲି ଗ୍ରାମ ନିକଟରେ ବୁଧବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ୭ଜଣ ଆହତ ହୋଇଛନ୍ତି। ସୋରଡା ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ, ଅସୁରବନ୍ଧ ପଞ୍ଚାୟତ ଦାନ୍ତଲିଙ୍ଗିରେ ଚାଲିଥିବା ଲୁର୍ଦ୍ଦୁମେରୀ ଯାତ୍ରାରେ ବ୍ରହ୍ମପୁର ଉତ୍କଳ ପେଣ୍ଡାଲ ସାହିର ବ୍ୟବସାୟୀମାନେ କପଡା ଦୋକାନ ପକାଇଥିଲେ। ଯାତ୍ରା ସରିବା ପରେ ବୁଧବାର ଏକ ପିକ୍‌ଅପ୍‌ ଭ୍ୟାନରେ ବ୍ୟବସାୟୀମାନେ ବ୍ରହ୍ମପୁର ଫେରୁଥିଲେ। ରାତି ପ୍ରାୟ ୮ଟାରେ ତତାବାଲି ନିକଟରେ ଭ୍ୟାନଟି ଓଲଟି ପଡିଥିଲା। ସେଥିରେ ଥିବା କାହ୍ନା ବେହେରା ଗୁରୁତର ହୋଇଥିବାବେଳେ ଆକାଶ ପାତ୍ର, ମନୋଜ କୁମାର, ଶଙ୍କର ସାହୁ, ସନ୍ତୋଷ ବେହେରା, ମୁନା ବେହେରା, କାଳିଆ ବାଡତ୍ୟା ଆହତ ହୋଇଥିଲେ। ସୋରଡା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ସନ୍ତୋଷ କୁମାର ସେମାନଙ୍କୁ ବ୍ରହ୍ମପୁର ପଠାଇଥିଲେ। ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri