ପିକ୍‌ନିକ୍‌ ହେଲା କାଳ: ଜଳପ୍ରପାତରେ ଗାଧୋଇବା ବେଳେ ଚାଲିଗଲା ୨ ଛାତ୍ରଙ୍କ ଜୀବନ

ସମ୍ବଲପୁର,୧୮।୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରାଠାରେ ଥିବା ଦେବଝରଣ ପର୍ଯ୍ୟଟନସ୍ଥଳୀକୁ ଶନିବାର ଭିସୁଟ୍‌ ଇଞ୍ଜିନିୟରିଂ ଛାତ୍ର ପିକ୍‌ନିକ୍‌ କରିବାକୁ ଯାଇଥିଲେ। ଜଳପ୍ରପାତରେ ଗାଧୋଉଥିବା ସମୟରେ ବୁଡ଼ିଯିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁର୍ଲା ଭିସୁଟ୍‌ କମ୍ପ୍ୟୁଟର ସାଇନ୍ସ ତୃତୀୟ ବର୍ଷ ଛାତ୍ର ହୀରାକୁଦ ହିଣ୍ଡାଲ୍‌କୋ କଲୋନୀର ଅଭିଜିତ ସାମଲ ଓ ମଧ୍ୟପ୍ରଦେଶ ଭୋପାଳର ସ୍ବରୂପ ରଞ୍ଜନ ବେଉରିଆ । ଖବର ପାଇ ଯୁଯୁମୁରା ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ପଠାଇଛି । ବିଶ୍ୱବିଦ୍ୟାଳୟ କିମ୍ବା ବିଭାଗ ପକ୍ଷରୁ ପିକ୍‌ନିକ୍‌ ଯିବା ପାଇଁ କୌଣସି ଅନୁମତି ଦିଆଯାଇ ନ ଥିଲା। ସେମାନେ ନିଜ ଇଚ୍ଛାରେ ଯାଇଥିବା ଭିସୁଟ୍‌ କର୍ତ୍ତୃପକ୍ଷ କହିଛନ୍ତି।
ସୂଚନାଯୋଗ୍ୟ ଯେ, କମ୍ପ୍ୟୁଟର ସାଇନ୍ସ ତୃତୀୟ ବର୍ଷ ୪୦ଜଣ ଛାତ୍ରୀଛାତ୍ର ଏକ ବସ୍‌ ଯୋଗେ ଦେବଝରଣକୁ ପିକ୍‌ନିକ୍‌ କରିବାକୁ ଯାଇଥିଲେ । ଅପରାହ୍ନରେ ଅଭିଜିତ୍‌ ଓ ସ୍ବରୂପ ରଞ୍ଜନ ଜଳପ୍ରପାତରେ ଗୋଧାଇବା ସମୟରେ ସେଠାରେ ବୁଡ଼ିଯାଇଥିଲେ। ହୀରାକୁଦରୁ ଆସିଥିବା ପର୍ଯ୍ୟଟକମାନେ ସେମାନଙ୍କୁ ଉଦ୍ଧାରକରି ସ୍ଥାନୀୟ ଚିକିତ୍ସାଳୟ ନେଇଥିଲେ। କସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri