Posted inଖେଳ

ପିଟର କ୍ରାଉଚ୍‌ଙ୍କ ଅବସର

ଲଣ୍ଡନ,୧୩।୭(ଏଏଫ୍‌ପି)- ଇଂଲଣ୍ଡ ପୂର୍ବତନ ଷ୍ଟ୍ରାଇକର ପିଟର କ୍ରାଉଚ୍‌ ଶୁକ୍ରବାର ଅବସର ଘୋଷଣା କରିଛନ୍ତି। ଦୁଇ ଦଶନ୍ଧି ଧରି ସଫଳତାର ସହ ପେସାଦାର ଫୁଟବଲ ଖେଳିବାପରେ ସେ ୩୮ ବର୍ଷରେ ଅବସର ନେଇଛନ୍ତି। ୨୦୦୫ ମେ’ରେ କ୍ରାଉଚ୍‌ କଲମ୍ବିଆ ବିପକ୍ଷରେ ଇଂଲଣ୍ଡ ପାଇଁ ପଦାର୍ପଣ କରିଥିଲେ। ସେ ୪୨ଟି ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ମୋଟ ଉପରେ ୨୨ଟି ଗୋଲ ସ୍କୋର କରିଥିଲେ। ୬ ଫୁଟ୍‌ ୭ ଇଞ୍ଚ୍‌ ଉଚ୍ଚତା ବିଶିଷ୍ଟ କ୍ରାଉଚ୍‌ ଟୁଇଟ୍‌ କରି ଅବସର ସମ୍ପର୍କରେ ସୂଚନା ଦେଇଥିଲେ। ଭାବିଚିନ୍ତି ଅବସର ନେବାକୁ ନିଷ୍ପତ୍ତି ନେଇଥିଲି। ଫୁଟବଲ ମୋତେ ସବୁକିଛି ଦେଇଛି। ଫୁଟବଲ ଖେଳିବା ଓ ଏଥିରେ ଜଡିତା ରହିବା ପାଇଁ ମୋତେ ସାହାଯ୍ୟ କରିଥିବା ସବୁ ବନ୍ଧୁ ପରିଜନଙ୍କୁ କୃତଜ୍ଞତା ଜଣାଉଛି ବୋଲି ସେ କହିଛନ୍ତି। ପେସାଦାର କ୍ୟାରିୟରରେ କ୍ରାଉଚ୍‌ ୧୧ଟି କ୍ଳବ ପାଇଁ ଖେଳିଛନ୍ତି। ଲିଭରପୁଲ ସହିତ ଖେଳି ସେ ଫା କପ୍‌ ଜିତିଛନ୍ତି। ୨୦୦୭ରେ ଲିଭରପୁଲ୍‌କୁ ଚାମ୍ପିୟନ୍ସ ଲିଗ୍‌ ଫାଇନାଲରେ ପହଞ୍ଚାଇବାରେ ତାଙ୍କର ମୁଖ୍ୟ ଭୂମିକା ରହିଥିଲା। ୪୬୮ଟି ପ୍ରିମିୟର ଲିଗ୍‌ ମ୍ୟାଚ୍‌ ଖେଳି ସେ ୧୦୮ଟି ଗୋଲ ସ୍କୋର କରିଛନ୍ତି। ୪୦ ବର୍ଷ ପର୍ଯ୍ୟନ୍ତ ଖେଳିବାକୁ ଚିନ୍ତା କରୁଥିଲି। ତେବେ ଶେଷରେ ଯୋଜନା ବଦଳି ଗଲା। କ୍ରାଉଚ୍‌ଙ୍କୁ ପୂର୍ବତନ ତଥା ଏବେକାର ଫୁଟବଲରମାନେ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri