Posted inଜାତୀୟ

ପିଟିଶନରେ ସ୍ବାକ୍ଷର କଲେ ୧୦୦୦ରୁ ଊର୍ଦ୍ଧ୍ୱ ବୈଜ୍ଞାନିକ, ବିଦ୍ୱାନ: ନାଗରିକତ୍ୱ ବିଲ୍‌ ପ୍ରତ୍ୟାହାର କର

ନୂଆଦିଲ୍ଲୀ,୧୧ା୧୨(ପି.ଟି.): ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ ହୋଇ ରାଜ୍ୟ ସଭାରେ ଉପସ୍ଥାପିତ ହେବାକୁ ଯାଉଥିବାବେଳେ ଏହା ବିରୋଧରେ ୧୦୦୦ରୁ ଊର୍ଦ୍ଧ୍ୱ ବୈଜ୍ଞାନିକ ଓ ବିଦ୍ୱାନ ଏକ ସ୍ବାକ୍ଷର ଅଭିଯାନ ଚଳାଇଛନ୍ତି। ଉକ୍ତ ବିଲ୍‌କୁ ତୁରନ୍ତ ପ୍ରତ୍ୟାହାର କରାଯାଉ ବୋଲି ପିଟିଶନରେ ସେମାନେ ଦାବି କରିଛନ୍ତି। ଏହା ଆଇନରେ ପରିଣତ ହେଲେ ଭାରତ ଏକ ଅସାମ୍ବିଧାନିକ ଜାତିତନ୍ତ୍ରରେ ପରିଣତ ହେବ ବୋଲି ସ୍ବାକ୍ଷରକାରୀଙ୍କ ମଧ୍ୟରେ ଥିବା ପ୍ରଖ୍ୟାତ୍‌ ଶିକ୍ଷାବିତ୍‌ ପ୍ରତାପଭାନୁ ମେହେଟା କହିଛନ୍ତି।
ବୈଜ୍ଞାନିକ ଓ ଶିକ୍ଷାବିତ୍‌ମାନଙ୍କ ମତରେ ପ୍ରସ୍ତାବିତ ବିଲ୍‌ରେ ଧର୍ମକୁ ନାଗରିକତ୍ୱର ଏକ ମାନଦଣ୍ଡ ଭାବେ ଗ୍ରହଣ କରାଗଲେ ସମ୍ବିଧାନର ମୌଳିକ ଢାଞ୍ଚା ସହିତ ଏହାର ଅସଙ୍ଗତି ସୃଷ୍ଟି ହେବ। ତେଣୁ ରାଜ୍ୟ ସଭାରେ ଏହା ଗୃହୀତ ହେଲେ ଆଇନ ଅମାନ୍ୟ ଆନ୍ଦୋଳନ କରାଯିବ ବୋଲି ନାଗରିକ ଅଧିକାର କର୍ମୀ ହର୍ଷ ମନ୍ଦେର ଟୁଇଟ୍‌ କରିଛନ୍ତି। ସେହିପରି ଐତିହାସିକ ରାମଚନ୍ଦ୍ର ଗୁହା ଏହାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଶାହା ହେଉଛନ୍ତି ବୀର ସାବରକରଙ୍କ ଜଣେ ଦୃଢ଼ ସମର୍ଥକ। ମହମ୍ମଦ ଅଲି ଜିନ୍ନାଙ୍କ ଦୁଇରାଷ୍ଟ୍ର ସିଦ୍ଧାନ୍ତ ସହ ତାଙ୍କର କୌଣସି ବିବାଦ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri