Posted inଖେଳ

ପିଟି ଉଷା ଆଇଏଏଫ୍‌ର ଭେଟେରାନ ପିନ୍‌ ମନୋନୀତ

ନୂଆଦିଲ୍ଲୀ,୧୯|୭(ପିଟି)- ଦେଶର ଟ୍ରାକ୍‌ ଓ ଫିଲ୍ଡ କିମ୍ବଦନ୍ତୀ ପି.ଟି. ଉଷାଙ୍କୁ ଅନ୍ତର୍ଜାତୀୟ ଆସୋସିଏଶନ ଅଫ୍‌ ଆଥ୍‌ଲେଟିକ୍ସ ଫେଡେରେଶନ (ଆଇଏଏଏଫ୍‌)ର ଭେଟେରାନ ପିନ ଭାବେ ମନୋନୀତ କରାଯାଇଛି। ଉଷା ଭାରତର ଅନ୍ୟତମ ଶ୍ରେଷ୍ଠ ଧାବିକା। ଟ୍ରାକ୍‌ରେ ଚମକପ୍ରଦ କ୍ୟାରିୟର ଯୋଗୁ ତାଙ୍କୁ କୁଇନ୍‌ ଅଫ ଟ୍ରାକ୍‌ ଓ ଫିଲ୍ଡ କୁହାଯାଉଥିଲା। ୧୦୦ ମିଟର, ୨୦୦ମି., ୪୦୦ ମି. ଦୌଡ଼, ୪୦୦ ମି. ବାଧା ଦୌଡ଼ ଓ ୪ ଗୁଣା ୪୦୦ ରିଲେ ଇଭେଣ୍ଟରେ ସେ ସ୍ବର୍ଣ୍ଣ ପଦକ ଜିତିଥିଲେ। ୧୯୮୫ରେ ଜାକର୍ତ୍ତାଠାରେ ଅନୁଷ୍ଠିତ ଏସିଆନ ଗେମ୍ସରେ ବ୍ରୋଞ୍ଜ ପଦକ ଅର୍ଜନ କରିଥିଲେ। ୫୫ ବର୍ଷୀୟା ପୂର୍ବତନ ଧାବିକାଙ୍କୁ ଜାକର୍ତ୍ତାଠାରେ ଆସନ୍ତା ସେପ୍ଟେମ୍ବରରେ ହେବାକୁ ଥିବା ପୁରସ୍କାର ବିତରଣ ଉତ୍ସବକୁ ଆମନ୍ତ୍ରଣ କରାଯାଇଛି। ୫୨ତମ ଆଇଏଏଏଫ୍‌ କଂଗ୍ରେସ ବୈଠକ ବେଳେ ହେବାକୁ ଥିବା ପୁରସ୍କାର ବିତରଣ ଉତ୍ସବରେ ଯୋଗଦେବା ଆମନ୍ତ୍ରଣ ପାଇବା ମୋ ପାଇଁ ଖୁସିର ବିଷୟ। ଉଲ୍ଲେଖଥାଉ କି, ୧୯୮୪ ଲସ ଏଞ୍ଜେଲ୍ସ ଅଲିମ୍ପିକ୍ସରେ ପ୍ରଥମ ଭାରତୀୟ ଭାବେ ୪୦୦ ମି. ବାଧା ଦୌଡ଼ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିବା ଉଷାଙ୍କ କ୍ୟାରିୟରର ସବୁଠୁ ସ୍ମରଣୀୟ ସଫଳତା। ସେଠାରେ ଏକ ସେକେଣ୍ଡରୁ ଆହୁରି କମ୍‌ ସମୟରେ ସେ ବ୍ରୋଞ୍ଜ ପଦକ ହାତଛଡ଼ା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri