ପିଠିରେ ବଢୁଛି ମାଂସପିଣ୍ଡୁଳା

ରାଇସୁଆଁ, ୨୦।୧(ଡି.ଏନ.ଏ.)-ସରକାର ଗରିବ ଅସହାୟଙ୍କ ଚିକିତ୍ସା ପାଇଁ ମାଗଣା ଯୋଜନା କରି ଚାଲିଛନ୍ତି। ମାତ୍ର ପ୍ରଶାସନିକ ସ୍ତରରେ ଆନ୍ତରିକତାର ଅଭାବ ଯୋଗୁଁ ବହୁ ଗରିବ ଏହି ଯୋଜନାରୁ ବଞ୍ଚିହେଉଛନ୍ତି। ଏହିପରି ଏକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ବିନିନ୍ଦା ଗ୍ରାମର ବିଶୁ ଦେହୁରୀ ଏବଂ ଶୁଶିଳା ଦେହୁରୀଙ୍କ ଦେଢବର୍ଷ ଶିଶୁଙ୍କ କ୍ଷେତ୍ରରେ। ଜନ୍ମବେଳେ ପିଠିରେ ଛୋଟ ଆବୁଟିଏ ହୋଇଥିବା ବେଳେ ଏହା ଧିରେ ଧିରେ ବଢିବା ସହ ଶିଶୁଟି ଯନ୍ତ୍ରଣାରେ ଛଟପଟ ହେବା ସହ ଖାଇବା ପିଇବା ମଧ୍ୟ ଠିକ ଭାବରେ କରୁ ନ ଥିବା ଦେଖିବାକୁ ମିଳିଛି। ପରିବାର ପକ୍ଷରୁ କୁହାଯାଇଛି କି ବହୁ ବାର କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସାପାଇଁ ନେଇଥିଲେ ମଧ୍ୟ କେନ୍ଦୁଝରର ଡାକ୍ତରମାନେ ବଡବଡ ଡାକ୍ତରଖାନାକୁ ନେବାପାଇଁ ପାରାମର୍ଶ ଦେଇଛନ୍ତି। ମାତ୍ର ବାପାମା’ ଦିନମଜୁରିଆ ଭାବେ କାମଧନ୍ଦା କରିଚଳୁଥିବା ବେଳେ ଆର୍ଥିକ ଅନାଟନ ଯୋଗୁଁ ଶିଶୁଟିକୁ ବଡ ଡାକ୍ତରଖାନାକୁ ନେବାକୁ ଅକ୍ଷମତା ପ୍ରକାଶ କରିଛନ୍ତି। ସ୍ଥାନୀୟ ଜନସାଧାରଣ କହିଛନ୍ତି ଶିଶୁଟିର ଚିକିତ୍ସା ଶୀଘ୍ର ନ ହେଲେ ଆହୁରି ଗୁରୁତର ଅବସ୍ଥାକୁ ଚାଲିଯିବା ସୁନିଶ୍ଚିତ। ଜିଲାପ୍ରଶାସନ ଏବଂ ସ୍ବାସ୍ଥ୍ୟବିଭାଗ ତୁରନ୍ତ ଶିଶୁଟିକୁ ଚିକିତ୍ସା ଯୋଗାଇ ଦେବାକୁ ସ୍ଥାନୀୟ ଅଞ୍ଚଳର ବହୁ ଜନସାଧାରଣ ଜିଲାପ୍ରଶାସନ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri