ପିଡିଏସ୍‌ ସାମଗ୍ରୀ ବିକ୍ରି ବେଳେ ଠକିଥିବା ଅଭିଯୋଗ: ଟୁଇଟର ଅଭିଯୋଗ ଉପରେ ଯୋଗାଣ ବିଭାଗ ପକ୍ଷରୁ ଏକାଧିକ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୪(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ମୁକାବିଲା ସ୍ବରୂପ ହିତାଧିକାରୀଙ୍କ ନିକଟରେ ଆବଶ୍ୟକ ସାମଗ୍ରୀ ପହଞ୍ଚାଯିବା ଉପରେ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ଲକ୍‌ଡାଉନ କାରଣରୁ ସାଧାରଣ ଲୋକେ ଯେପରି ଅସୁବିଧା ନ ଭୋଗନ୍ତି, ସେଥିପ୍ରତି ରାଜ୍ୟସ୍ତରରୁ ବ୍ଲକସ୍ତରୀୟ ମନିଟରିଂ ହେଉଛି। ସର୍ବୋପରି ବିଭିନ୍ନ ଟୁଇଟ ଜରିଆରେ ଆସିଥିବା ଅଭିଯୋଗ ଉପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି।
ପିଡିଏସ୍‌ ସାମଗ୍ରୀ ବିକ୍ରି ବେଳେ ମାପ ଓ ଓଜନରେ ଠକିଥିବା ଅଭିଯୋଗରେ ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ହରିପୁର ଗ୍ରାମପଞ୍ଚାୟତର ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ରିଟେଲ୍‌ ଲାଇସେନ୍ସକୁ ପୁରୀ ଉପଜିଲାପାଳ ରଦ୍ଦ କରିଛନ୍ତି। ହରିପୁର ଗ୍ରାମବାସୀଙ୍କଠାରୁ ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଅଭିଯୋଗ ପାଇବା ପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଲାଗି ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। କୋରାପୁଟ ଜିଲାର ଦୋରାଗୁଡ ଗ୍ରାମପଞ୍ଚାୟତର କେନ୍ଦୁଗୁଡା ଗ୍ରାମର ହିତାଧିକାରୀ ଡମଣି ପାମିଆଙ୍କ ରାଶନ କାର୍ଡ ଅଚଳ ହୋଇଯାଇଥିଲା। ଏହି ସମସ୍ୟା ସମ୍ପର୍କରେ ଅବଗତ ହେବା ପରେ ପାମିଆଙ୍କୁ ଆଗୁଆ ୩ ମାସ ପାଇଁ ରାଶନ ପ୍ରଦାନ କରାଯାଇଛି। ଏଥିସହିତ କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକର ଉତ୍କେଳା ଗାଁର ବିଧବା ବୃଦ୍ଧା ନିପୁର ପଟେଲଙ୍କ ରାଶନ କାର୍ଡ଼ ନଥିବାରୁ ରିହାତି ଚାଉଳ ପାଇ ନ ଥିବା ଖବର ପ୍ରକାଶ ପାଇଥିଲା। ଏହା ପରେ ମନ୍ତ୍ରୀଙ୍କ ପକ୍ଷରୁ ତୁରନ୍ତ ଏ ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ପ୍ରଶାସନ ସହ ଯୋଗାଯୋଗ କରିବା ପାଇଁ କୁହାଯାଇଥିଲା। ଅପରପକ୍ଷେ ଏକ ବିଶେଷ ସୂତ୍ରରୁ ଖବର ପାଇଁ ଯୋଗାଣ ଅଧିକାରୀଙ୍କୁ ଜିଲାରେ ରାଶନ ପ୍ରଦାନ କିପରି ଚାଲିଛି, ତାହା ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କୋରାପୁଟ ଜିଲାର ମୁଖ୍ୟ ଯୋଗାଣ ଅଧିକାରୀ ଏକ ନିର୍ଦ୍ଦିଷ୍ଟ ଅଭିଯୋଗ ଉପରେ ତୁରନ୍ତ ହସ୍ତକ୍ଷେପ କରିଥିଲେ। ଏହା ପରେ ପଦ୍ମପୁର ଗ୍ରାମପଞ୍ଚାୟତ ଅଧୀନ ରେଙ୍ଗିଆଗୁଡା ଗ୍ରାମର ଅନ୍ତ୍ୟୋଦୟ କାର୍ଡଧାରୀ ଗୌରୀମାଳ କୁଳଦୀପଙ୍କୁ ସରକାରୀ ଯୋଜନା ମୁତାବକ ୩ ମାସ ପାଇଁ ୧୦୫ କି.ଗ୍ରା ଚାଉଳ ଏବଂ ୧୦୦୦ ଟଙ୍କାର ନଗଦ ସହାୟତା ରାଶି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri