ପିଡିଏସ୍‌ ସାମଗ୍ରୀ ହରିଲୁଟ୍‌ ନେଇ ଅଭିଯୋଗ କଲେ ହିତାଧିକାରୀ

ଯୋଡ଼ା, ୨୦।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ବାଲାଗୋଡା ପଞ୍ଚାୟତରେ ଗରିବ ହିତାଧିକାରୀଙ୍କଠାରୁ ଟିପ ଚିହ୍ନ ନେଇ ପିଡିଏସ୍‌ ସାମଗ୍ରୀକୁ ହରିଲୁଟ୍‌ କରାଯାଉଥିବା ଯୋଗାଣ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ସରକାରଙ୍କ ପକ୍ଷରୁ ଦିଆଯାଉଥିବା ଖାଦ୍ୟ ସାମଗ୍ରୀ ଓ କିରୋସିନ ବିଭିନ୍ନ ଆଳ ଦେଖାଇ ପ୍ରତିମାସ ବଣ୍ଟନ ନ କରି ବାଟମାରଣା କରାଯାଉଥିବା ଅଭିଯୋଗରେ ଦର୍ଶାଯାଇଛି। ଦୀର୍ଘ ୫ ମାସ ହେବ ସେମାନେ ଖାଦ୍ୟ ସାମଗ୍ରୀ ପାଉ ନ ଥିବାରୁ ମଙ୍ଗଳବାର ଯୋଡା ବ୍ଲକର ଯୋଗାଣ ନିରୀକ୍ଷକଙ୍କ କାର୍ଯାଳୟକୁ ଅଭିଯୋଗ ଜଣାଇବାକୁ ଆସିଥିବାବେଳେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏନେଇ ସୂଚନା ଦେଇଥିଲେ। ସେମାନେ କହିଥିଲେ, ରାଶନ ସାମଗ୍ରୀ ଉଠାଇବାକୁ ପଞ୍ଚାୟତ କାର୍ଯ୍ୟାଳୟକୁ ଯିବାବେଳେ ବଣ୍ଟନ ଦାୟିତ୍ୱରେ ଥିବା କର୍ମଚାରୀମାନେ ସେମାନଙ୍କଠାରୁ ବାୟୋମେଟ୍ରିକ ମେଶିନ୍‌ରେ ଟିପ ଚିହ୍ନ ଲଗାଇବାକୁ କହିଥାନ୍ତି। ଟିପଚିହ୍ନ ଦେବା ପରେ ମେଶିନ୍‌ରେ ଲିଙ୍କ ଫେଲ ହୋଇଯାଇଥିବା କହି ସେମାନଙ୍କୁ ଖାଦ୍ୟ ସାମଗ୍ରୀ ନ ଦେଇ ଫେରାଇ ଦିଆଯାଇଥାଏ। ପରବର୍ତ୍ତୀ ସମୟରେ ପୁଣି ସାମଗ୍ରୀ ଆଣିବାକୁ ଗଲେ ସେମାନଙ୍କୁ ଆଉ ମିଳିବ ନାହିଁ ବୋଲି କୁହାଯାଇଥାଏ। ଏହି ଗ୍ରାମର ଜଣେ ମହିଳା ଅଭିଯୋଗ କରିଛନ୍ତି ଯେ, ତାଙ୍କ ରାଶନକାର୍ଡରେ ପୂର୍ବରୁ ୪ ଜଣଙ୍କ ନାମ ଥିଲା। ପରବର୍ତ୍ତୀ ସମୟରେ କାର୍ଡରେ ପରିବାରର ଆଉ ୨ ଜଣ ସଦସ୍ୟଙ୍କର ନାମ ଯୋଡ଼ାଯାଇଥିଲା। ଏହି ନୂତନ କାର୍ଡ ମାଧ୍ୟମରେ ୬ ଜଣଙ୍କ ନାମରେ ସାମଗ୍ରୀ ଦିଆଯିବା ପରିବର୍ତ୍ତେ ୪ ଜଣଙ୍କ ନାମରେ ସାମଗ୍ରୀ ଦେଉଛନ୍ତି। ନୂତନ କାର୍ଡକୁ ସମ୍ପୃକ୍ତ କର୍ମଚାରୀ ମାଗିନେଇ ଫରାଉ ନ ଥିବା ଖବରଦାତାଙ୍କ ଆଗରେ ଅଭିଯୋଗ କରିଥିଲେ। ଏ ସମ୍ପର୍କରେ ବାଲାଗୋଡା ପଞ୍ଚାୟତର ଜିଆରଏସ ପ୍ରିୟବ୍ରତ ବାରିକଙ୍କୁ ପଚାରିବାରୁ ସାଧାରଣ ବଣ୍ଟନ ଦାୟିତ୍ୱ ନିର୍ବାହୀ ଅଧିକାରୀଙ୍କ ନାମରେ ଥିବାରୁ ତାଙ୍କ ସହ କଥାବାର୍ତ୍ତା ହେବା ପାଇଁ ସେ କହିଥିଲେ। ଏ ସମ୍ପର୍କରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ସାହୁଙ୍କୁ ପଚାରିବାରୁ ସେ ଏଭଳି ଅଭିଯୋଗ ଭିତ୍ତିହୀନ ବୋଲି କହିଛନ୍ତି। ତେବେ ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ଅନେକ ତଥ୍ୟ ପଦାକୁ ଆସିବ ବୋଲି ସ୍ଥାନୀୟ ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?