ପିଡିଏସ୍‌ ସାମଗ୍ରୀ ହେରଫେର: ଥାନାରେ ଏତଲା ଦେଲେ ବିଡିଓ

ଶଙ୍କରାଖୋଲ,୨୧ା୧୧(ଡି.ଏନ୍‌.ଏ.) – ଚକାପାଦ ବ୍ଲକ ଚାହାଳି ପଞ୍ଚାୟତରେ ହିତାଧିକାରୀ ୩ ମାସର ସାମଗ୍ରୀ ପାଇ ନ ଥିବା ଅଭିଯୋଗ ହୋଇଥିଲା। ସାମଗ୍ରୀ ହେରଫେର କରିଥିବା ନେଇ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟନାରାୟଣ ସାହୁ ଓ ଯୋଗାଣ ସହାୟକ ସାରଥୀ କହଁରଙ୍କ ନାମରେ ଚକାପାଦ ଥାନାରେ ବିଡିଓ ଅନିଲ କୁମାର ପଟ୍ଟନାୟକ ଏତଲା ଦେଇଛନ୍ତି। ପ୍ରକାଶ ଯେ, ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ଆଗୁଆ ୩ ମାସର ପିଡିଏସ୍‌ ସାମଗ୍ରୀ ଦେବାର ନିୟମ ରହିଛି। ଉକ୍ତ ପଞ୍ଚାୟତର ୫ଟି ଓ୍ବାର୍ଡର ହିତାଧିକାରୀ ସାମଗ୍ରୀ ପାଇ ନ ଥିବା ବିଡିଓଙ୍କୁ ଅଭିଯୋଗ କରିଥିଲେ। ବୁଧବାର ବିଡିଓ ପଟ୍ଟନାୟକ ଓ ଯୋଗାଣ ନିରୀକ୍ଷକ ମଳୟ କୁମାର ବେହେରା ଉକ୍ତ ପଞ୍ଚାୟତକୁ ଯାଇ ତଦନ୍ତ କରିଥିଲେ। ପିଡିଏସ୍‌ ସାମଗ୍ରୀ ସହ ୨ଲକ୍ଷ ୯୨ହଜାର ୮୧୨ଟଙ୍କା ଜମା ପାଣ୍ଠିରୁ ହେରଫେର ହୋଇଥିବାବେଳେ ୨୨ ରାଶନ କାର୍ଡରେ ହିତାଧିକାରୀଙ୍କୁ ସାମଗ୍ରୀ ଦିଆ ଯାଇ ନ ଥିବା ଜଣାପଡିଥିଲା। ଏହାପରେ ବିଡିଓ ପଟ୍ଟନାୟକ ଉଭୟଙ୍କ ନାମରେ ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri