ପିଡିଙ୍କ ଭାପୁର ବ୍ଲକ ଗସ୍ତସ୍ବଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ନେଇ ତାଗିଦ୍‌

ଦ୍ଭାପୁର/ଖଣ୍ଡପଡ଼ା,୨୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.): ନୟାଗଡ଼ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅନାମ ଚରଣ ପାତ୍ରଙ୍କ ଭାପୁର ବ୍ଲକ ଗସ୍ତ ଅବସରରେ ଶନିବାର ବ୍ଲକ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ବଚ୍ଛ ଭାରତ ମିଶନ ଯୋଜନାର କାର୍ଯ୍ୟକାରିତାରେ ଅବହେଳା ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ସେ ତାଗିଦ୍‌ କରିଥିଲେ। ଏହି ବୈଠକରେ ଭାପୁର ବ୍ଲକର ୨୦ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଆର୍‌ଏସ୍‌, ସମସ୍ତ କନିଷ୍ଠଯନ୍ତ୍ରୀ, ସହକାରୀ ଯନ୍ତ୍ରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।  ଆଗାମୀ ଅଗଷ୍ଟ ୧୫ ସୁଦ୍ଧା ବ୍ଲକ ଅନ୍ତର୍ଗତ ସମସ୍ତ ପଞ୍ଚାୟତର ହିତାଧିକାରୀମାନଙ୍କୁ ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ କରିବା ଓ ସମସ୍ତ ପ୍ରକାର ସହଯୋଗ କରି ପାଇଖାନା ନିର୍ମାଣ କରିବାକୁ ପିଡିତାଗିଦ୍‌ କରିଥିଲେ।  ସୂଚନାଯୋଗ୍ୟ, ଏହି ବ୍ଲକରେ ସ୍ବଚ୍ଛ ଭାରତ ମିଶନ ଯୋଜନା ବାଟବଣା ହୋଇଥିବାରୁ ଆଜି ପର୍ଯ୍ୟନ୍ତ ପ୍ରାୟ ୯ ହଜାରରୁ ଊର୍ଦ୍ଧ୍ୱ ପାଇଖାନା ନିର୍ମାଣ ନ ହୋଇ ପଡିରହିଛି। ବିଭାଗୀୟ ଅଧିକାରୀଙ୍କ ଅପାରଗତା ପ୍ରତି ଏହା ଆଙ୍ଗୁଳି ନିର୍ଦ୍ଦେଶ କରୁଥିବା ସେ ଦର୍ଶାଇଥିଲେ। ଉକ୍ତ ଯୋଜନା କିପରି କାର୍ଯ୍ୟକାରୀ ହେଉଛି ତାହା ଉକ୍ତ ବୈଠକ ପରେ ଲୋକଲୋଚନକୁ ଆସିପାରିଛି ବୋଲି ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି। ସୂଚନାଯାଗ୍ୟ, ପାଇଖାନା ନିର୍ମାଣ କ୍ଷେତ୍ରରେ ପ୍ରଥମେ ହିତାଧିକାରୀଙ୍କୁ ନିଜେ ଏହା ତିଆରି କରିବା ପାଇଁ ଅନୁମତି ଦିଆଯିବ। ଦ୍ୱିତୀୟତଃ ସରକାରୀସ୍ତରରେ ବିଭାଗୀୟ ଅଧିକାରୀମାନେ ପୂର୍ଣ୍ଣ ସହଯୋଗ କରିବେ। ଯଦି କୌଣସି ହିତାଧିକାରୀଏଥିରେ ବିଫଳ ହୁଅନ୍ତି ତେବେ ସେମାନଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ପାଇଖାନା ନିର୍ମାଣ କରି ଯୋଗାଇ ଦିଆଯିବ ବୋଲି ପିଡି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ...

ଅଧାପନ୍ତରିଆ ଭାବେ ପଡ଼ିଛି ପ୍ରାଣୀ ଚିକିତ୍ସାଳୟ କାମ

ନୂଆଗାଁ,୧୮।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ନୂତନ ଗୃହ ନିର୍ମାଣ ଦୀର୍ଘ ମାସ ହେଲା ଅଧପନ୍ତରିଆ ଭାବେ ପଡି ରହିଛି।...

ଜିତିବା ପାଇଁ ଭାଜପା ନେତାଙ୍କ ଶରଣ ପଶିଲେ ବିଜେଡି ବିଧାୟକ

ନୟାଗଡ଼/ରଣପୁର,୧୬।୪(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନିର୍ବାଚନ ସମୟରେ ସାଧାରଣତଃ ଦେଖାଯାଇଥାଏ ପ୍ରାର୍ଥୀମାନେ ବିରୋଧୀ ଦଳର କର୍ମୀ ଓ ନେତାଙ୍କ ସମର୍ଥନ ପାଇବା ପାଇଁ ନିବେଦନ କରିଥାନ୍ତି। ଏହା...

ଡିଏଚ୍‌ଏଚ୍‌ରେ ଜ୍ୱର ପରୀକ୍ଷଣ ପାଇଁ ଥର୍ମୋମିଟର ନାହିଁ

ନୟାଗଡ଼,୧୫।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ଜ୍ୱର ମାପିବା ଯନ୍ତ୍ର ଥର୍ମୋମିଟର ନାହିଁ। ଏଥିପାଇଁ କୌଣସି ଜ୍ୱରରେ ପୀଡ଼ିତ ରୋଗୀ ଆସିଲେ ତାଙ୍କୁ...

ରକ୍ତ ଭଣ୍ଡାର ସମ୍ମୁଖରେ ପଡ଼ିଛି ରକ୍ତ ପ୍ୟାକେଟ୍‌

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ସମ୍ମୁଖ ରକ୍ତ ଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ଫୋପଡା ଯାଇଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ବିଳମ୍ବିତ ରାତିରୁ...

ବିଏସ୍‌କେୱାଇ ଆମ୍ବୁଲାନ୍ସ ଖତ ଖାଉଛି

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ରେଫର ଗରିବ ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ନୟାଗଡ଼ ଜିଲାକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ଯୋଗାଇ...

ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଲା ନାହିଁ

ନୟାଗଡ଼,୧୧।୪(ଲୋକନାଥ ମିଶ୍ର)ସାରା ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଛେନାପୋଡ଼ର ନଁା ଶୁଣିଲେ ମନକୁ ଆସେ ନୟାଗଡ଼ର କଥା । ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ନୟାଗଡ଼ର ଏହି...

ରୋଚକ ସ୍ଥିତିରେ ନୟାଗଡ଼ ରାଜନୀତି

ନୟାଗଡ଼,୮।୪(ଲୋକନାଥ ମିଶ୍ର): ନୟାଗଡ଼ ନିର୍ବାଚନ ରାଜନୀତି ସରଗରମ ହେବାରେ ଲାଗିଛି। ପୂର୍ବତନ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଭାଜପା ଟିକେଟ୍‌ ହାତେଇବା, ଭାଜପା ନେତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri