ପିଡି-ଡିଆର୍‌ଡିଏଙ୍କ ଦୁଇଦିନିଆ ସମ୍ମିଳନୀ ଉଦ୍‌ଘାଟିତ:ଲୋକଙ୍କ ଆସ୍ଥାଭାଜନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଜନସାଧାରଣଙ୍କ ଆସ୍ଥାଭାଜନ ହେବା ପାଇଁ ସାଂଗଠନିକ ଦକ୍ଷତା ଓ ନିଷ୍ଠାପର ଦାୟିତ୍ୱ ସମ୍ପାଦନ ଅପରିହାର୍ଯ୍ୟ ା ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ଠାରେ ମଙ୍ଗଳବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ(ପିଡି ଡିଆରଡିଏ)ଙ୍କ ଦୁଇଦିନିଆ ସମ୍ମିଳନୀକୁ ଉଦ୍‌ଘାଟନ କରି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ଉପସ୍ଥିତ ଅଧିକାରୀମାନଙ୍କୁ ଏହା କହିଛନ୍ତି ା ଏଥିପାଇଁ ସ୍ବଚ୍ଛତା, ପ୍ରଯୁକ୍ତି, ଦଳଗତ ମନୋଭାବ, ସମୟାନୁବର୍ତ୍ତିତା ଓ ପରିବର୍ତ୍ତନ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି ା ଜନସାଧାରଣଙ୍କ କଲ୍ୟାଣ ଉଦ୍ଦେଶ୍ୟରେ କାର୍ଯ୍ୟକାରୀ ହେଉଥିବା ‘ମୋ ସରକାର’ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ସମସ୍ତ ପଦକ୍ଷେପ ନେବାକୁ ସେ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ା ଏଥିସହ ବିଭାଗର ପ୍ରମୁଖ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଯଥା ଗ୍ରାମୀଣ ବାସଗୃହ, ଏମଜିଏନଆରଇଜିଏ, ପାନୀୟ ଜଳ ଓ ପରିମଳ, ଓଡ଼ିଶା ଜୀବିକା ମିଶନ ଇତ୍ୟାଦିକୁ ପଞ୍ଚାୟତସ୍ତରରେ ଅଧିକ କ୍ରିୟାଶୀଳ କରାଇ ଜନସାଧାରଣଙ୍କ ନିକଟରେ ଉନ୍ନତ ମୌଳିକ ସେବା ଉପଲବ୍ଧ ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଜନତାଙ୍କୁ ଉତ୍ତମ ସେବା ପ୍ରଦାନରେ ଅସଫଳ ହେଲେ ଅଥବା ଦୁର୍ନୀତିରେ ଲିପ୍ତ ରହି ନିଜର କର୍ତ୍ତବ୍ୟରେ ଅବହେଳା କଲେ ଯେତେବଡ଼ ଅଧିକାରୀ ହେଲେ ବି ଦଣ୍ଡବିଧାନ କରାଯିବ ବୋଲି ମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଦେଓ ରଞ୍ଜନ କୁମାରସିଂହ ଉତ୍ତମ ସେବା ପ୍ରଦାନରେ ୫-ଟି ଓ ‘ମୋ ସରକାର’କୁ ସଫଳତାର ସହ କାର୍ଯ୍ୟ ନିର୍ବାହ କରିବାକୁ ପରାମର୍ଶ ଦେଇଥିଲେ ।
ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକ ରୂପା ମିଶ୍ର ଅଭିଯୋଗକାରୀଙ୍କ ସମସ୍ୟା ସମାଧାନ କରିବା ସହ ପ୍ରତି ସୋମବାର ଅଭିଯୋଗ ଶୁଣାଣି କରିବାକୁ ପ୍ରକଳ୍ପ ନିର୍ଦ୍ଦେଶକମାନଙ୍କୁ ପରାମର୍ଶ ଦେଇଥିଲେ ା
ଭିନ୍ନକ୍ଷମ, ଗର୍ଭବତୀ ମହିଳା ଓ ବରିଷ୍ଠ ନାଗରିକଙ୍କ ଅଭିଯୋଗକୁ ପ୍ରାଥମିକତା ଭିତ୍ତିରେ ଗ୍ରହଣ କରି ସେଗୁଡ଼ିକର ତ୍ୱରିତ ସମାଧାନ କରିବାକୁ ସେ ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।
ଏହି ଦୁଇ ଦିନିଆ ସମ୍ମିଳନୀର ପ୍ରଥମ ଦିନରେ ଗ୍ରାମୀଣ ବାସଗୃହ, ଏମଜିଏନଆରଇଜିଏ,ଗୋପବନ୍ଧୁ ଗ୍ରାମୀଣ ଯୋଜନା, ଆମ ଗାଁ ଆମ ବିକାଶ ଆଦି ସମ୍ପର୍କରେ ସମୀକ୍ଷା କରାଯାଇଥିଲା ା
ଦ୍ୱିତୀୟ ଦିବସରେ ଓଡ଼ିଶା ଜୀବିକା ମିଶନ, ଦୀନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା, ରୁର୍ବାନ ଓ ସାଂସଦ ଆଦର୍ଶ ଗ୍ରାମଯୋଜନା, ରାଷ୍ଟ୍ରୀୟ ଗ୍ରାମ ସ୍ବରାଜ ମିଶନ ଓ ଦକ୍ଷତା ବିକାଶ, ପାନୀୟ ଜଳ ଓ ପରିମଳ, ଗ୍ରାମ ପଞ୍ଚାୟତ ବିକାଶ ଯୋଜନା, ଅର୍ଥ କମିଶନ ଅନୁଦାନ ସମ୍ପର୍କରେ ଆଲୋଚନା ହେବ ା
ଏହି ସମ୍ମିଳନୀରେ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ରାଜେଶ ପ୍ରଭାକରପାଟିଲ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ନିର୍ଦ୍ଦେଶକ ପ୍ରତାପ ଚନ୍ଦ୍ର ଦାଶ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହିତ ସମସ୍ତ ଜିଲାର ପିଡି ଡିଆରଡିଏମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ।

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri