Posted inଜାତୀୟ

ପିତାଙ୍କ ପରେ କରୋନାକୁ ହରାଇଲେ ପୁଅ

ଗାଜିଆବାଦ,୨୦।୩: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ୨୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୫ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ବିଦେଶୀ ନାଗରିକ ରହିଛନ୍ତି। ଏହାରି ଭିତରେ କିଛି ସଂକ୍ରମିତ ରୋଗୀ ସୁସ୍ଥ ହୋଇ ଘରକୁ ଫେରୁଛନ୍ତି। ତେବେ ଭୟରେ ଥିବା ଲୋକେ ଏହି ଖବର ଶୁଣି ସାମାନ୍ୟ ଆଶ୍ୱସ୍ତି ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଉତ୍ତରପ୍ରଦେଶର ଗାଜିଆବାଦରେ ଜଣେ କରୋନା ସଂକ୍ରମିତ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଉକ୍ତ ବ୍ୟକ୍ତିଙ୍କ ନିକଟରେ କରୋନା ଲକ୍ଷଣ ଦେଖାଦେବାରୁ ଯାଞ୍ଚ କରାଯାଇଥିଲା। ରିପୋର୍ଟ ପଜିଟିଭ୍‌ ଆସିବା ପରେ ତାଙ୍କୁ ହସ୍ପିଟାଲର ଆଇସୋଲେଶନ୍‌ ଓ୍ବାର୍ଡରେ ରଖାଯାଇଥିଲା। ଚିକିତ୍ସା ପରେ ସୁସ୍ଥ ହେବାରୁ ଶୁକ୍ରବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ଗାଜିଆବାଦରେ ଏହା ଦ୍ୱିତୀୟ ମାମଲା ଯେଉଁଠାରେ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ୩ ଦିନ ପୂର୍ବରୁ ଉକ୍ତ ପୀଡ଼ିତଙ୍କ ବାପା ମଧ୍ୟ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri